www.samajalive.in
Thursday, December 11, 2025
18.1 C
Bhubaneswar

ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି। ଏହାସହିତ ବରିଷ୍ଠ ନାଗରିକ ଓ ସମ୍ମୁଖ ଯୋଦ୍ଧାମାନଙ୍କୁ ବୁଷ୍ଟର ଡୋଜ ଦେବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ସକ୍ରିୟ କୋଭିଡ ରୋଗୀ ସଂଖ୍ୟା ସ୍ଥିର ରହିଥିବା ବେଳେ ନୂଆ ପଜିଟିଭ କେସ୍‌ରେ ମଧ୍ୟ ହ୍ରାସ ଘଟିଛି। ତୃତୀୟ ଲହରରେ ଡାକ୍ତରଖାନା ଉପରେ ବିଶେଷ ଚାପ ପଡିନାହିଁ। କିନ୍ତୁ ଏଥିରେ ଆତ୍ମସନ୍ତୋଷର ସ୍ଥାନ ନାହିଁ। ସଂପୂର୍ଣ୍ଣ ପ୍ରସ୍ତୁତ ରହି ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହାସହିତ ମିଶନ ଶକ୍ତି ଗୋଷ୍ଠୀ ମାନଙ୍କର ସକ୍ରିୟ ସହଯୋଗରେ ସାରା ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ଜନସାଧାରଣ ଯେପରି କୋଭିଡ ସୁରକ୍ଷା ନିୟମାବଳୀ ଠିକ୍‌ ଭାବରେ ପାଳନ କରନ୍ତି, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସକୁ ପରାମର୍ଶ ଦେଇଥିଲେ। ସେହିପରି ପୃଥକ ବାସରେ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀ ମାନଙ୍କର ସ୍ବାସ୍ଥ୍ୟ ଅବସ୍ଥା ସଂପର୍କରେ ରାପିଡ ରେସପନ୍ସ ଟିମ ଓ କ୍ଷେତ୍ର କର୍ମଚାରୀମାନେ ଠିକ୍ ଭାବରେ ତଦାରଖ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ। ବର୍ତ୍ତମାନ ପରିସ୍ଥିତିରେ ଆତଙ୍କିତ ନ ହୋଇ କୋଭିଡ ସୁରକ୍ଷା ନିୟମାବଳୀକୁ ସଠିକ୍‌ ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କୋଭିଡ ନିୟମାବଳୀର ପରିପାଳନ ନିମନ୍ତେ ପ୍ରଶାସନ ନେଇଥିବା ବିଭିନ୍ନ ପଦକଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍.କେ ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ଏକ ବିସ୍ତୃତ ଚିତ୍ର ଉପସ୍ଥାପନା କରିଥିଲେ। ରାଜ୍ୟରେ ଦୈନିକ ଟେଷ୍ଟିଂ ୬୫ ହଜାରରୁ ୭୦ ହଜାର ରହିଥିବା ବେଳେ, ପଜିଟିଭିଟି ହାର ୧୧.୪ ପ୍ରତିଶତ ରହିଛି । ଯାହାକି ଜାତୀୟ ହାର ଠାରୁ କମ୍‌ ଅଟେ। ଯାଜପୁର, ବାଲେଶ୍ବର, କଟକ, ସୁନ୍ଦରଗଡ ଓ ଖୋର୍ଦ୍ଧାରେ ପଜିଟିଭିଟି ହାର ତୁଳନାତ୍ମକ ଭାବେ ଅଧିକ ଅଛି ବୋଲି ସେ ସୂଚନା ଦେଇଥିଲେ । ସେହିପରି ଟିକାକରଣ ସ୍ଥିତି ମଧ୍ୟ ସନ୍ତୋଷଜନର ରହିଛି ବୋଲି ଶ୍ରୀ ଶର୍ମା ସୂଚନା ଦେଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ବର ଓ କଟକ ମ୍ୟୁନିସପାଲ କମିଶନର ଏବଂ ଖୋର୍ଦ୍ଧା ଓ ରାୟଗଡାର ଜିଲ୍ଲାପାଳମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ସଂପର୍କରେ ବୈଠକରେ ଉପସ୍ଥାପନା କରିଥିଲେ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories