www.samajalive.in
Sunday, December 7, 2025
26.1 C
Bhubaneswar

ଉତ୍କୃଷ୍ଟ କୋଭିଡ୍‌ ପରିଚାଳନା ପାଇଁ ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ ଆର୍ଥିକ ସହାୟତା

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ୧୧ଟି ଜିଲାରେ ଉତ୍କୃଷ୍ଟ କୋଭିଡ୍‌ ପରିଚାଳନା ନିମନ୍ତେ ଆବଶ୍ୟକ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଓଡ଼ିଶା ଔଷଧ ନିଗମ ଯୋଗାଇବ। ଏ ନେଇ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ତରଫରୁ ନୀତିଗତ ନିଷ୍ପତ୍ତି ନିଆଯାଇଛି। ଯେହେତୁ ରାଜ୍ୟ ସରକାରଙ୍କ ତରଫରୁ ଏହି ନିଗମ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସଂଗ୍ରହ କରିବା ପାଇଁ ଆବଶ୍ୟକୀୟ ବୈଷୟକ ଯୋଗ୍ୟତା, ଅନୁଭୂତି ରହିଛି, ତେଣୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପରାମର୍ଶ କ୍ରମେ ସମସ୍ତ ଜିଲ୍ଲାପାଳଙ୍କୁ ଏସବୁ ସାମଗ୍ରୀ ନିଗମ ମାଧ୍ୟମରେ ଯୋଗାଇ ଦେବା ପାଇଁ ଜଣାଇ ଦିଆଯାଇଛି।

 

- Advertisement -

ଏହା ବ୍ୟତୀତ ଆବଶ୍ୟକୀୟ ସିଭିଲ୍‌ ଓ ବିଦୁ୍ୟତିକରଣ କାମ, ଆଇସିୟୁ ଶଯ୍ୟା, ଅମ୍ଳଜାନ ପାଇପଲାଇନ୍‌, ଡିଜି ସେଟ୍‌ ଇତ୍ୟାଦି ଡାକ୍ତରୀ ଓ ଅଣଡାକ୍ତରୀ ସରଞ୍ଜାମ ପାଇଁ ଜିଲ୍ଲାପାଳମାନେ ସିଧାସଳଖ ସ୍ଥାନୀୟ ବ୍ୟବସ୍ଥା ଅନୁସାରେ କ୍ରୟ ଓ ଯୋଗାଡ଼ କରିବେ।
ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଉପଯୁକ୍ତ କୋଭିଡ୍‌ ପରିଚାଳନା ନିମନ୍ତେ ଆବଶ୍ୟକୀୟ ଜରୁରୀ ସରଞ୍ଜାମ ସଂଗ୍ରହ ଏବଂ ଭିତ୍ତିଭୂମି ନିର୍ମାଣ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ କିଛିଦିନ ପୂର୍ବରୁ ୨୫ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଥିଲା। ଜିଲ୍ଲାଗୁଡ଼ିକ ତରଫରୁ ଏଥିପାଇଁ ଯଥାଶୀଘ୍ର ପ୍ରସ୍ତାବ ଦେବାକୁ କୁହାଯାଇଥିଲା। ଏଥି ପାଇଁ ଜିଲାପାଳମାନଙ୍କ ସହ ପରାମର୍ଶ କରାଯାଇଥିଲା। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ତରଫରୁ ଏହି ପ୍ରସ୍ତାବଗୁଡ଼ିକ ହସ୍ତଗତ ହେବା ପରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହ ବ୍ୟାପକ ବିଚାରବିମର୍ଶ ପରେ ପ୍ରସ୍ତାବଗୁଡ଼ିକୁ ଅନୁମୋଦନ କରିବା ସହ ଜରୁରୀ ସାମଗ୍ରୀ ସଂଗ୍ରହ ପାଇଁ ସବୁଜ ସଂକେତ ପ୍ରଦାନ କରାଯାଇଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories