www.samajalive.in
Sunday, December 7, 2025
23.1 C
Bhubaneswar

କୋଭିଡ ବିପଦ ଦୂର ହୋଇନାହିଁ, ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ଜରୁରୀ–ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି। ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାକୁ ଦୃଷ୍ଡିରେ ରଖି କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଶେଷଜ୍ଞମାନଙ୍କର ମତକୁ ଉଦ୍ଧାର କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହରୀ ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ । ସ୍ବାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି । ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ବାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁ ଦାୟିତ୍ବ ରହିଛି । ପ୍ରତି ଜୀବନ ମୂଲ୍ୟବାନ। ଏହା ହେଉଛି ରାଜ୍ୟ ସରକାରଙ୍କର ସ୍ବାସ୍ଥ୍ୟ ନୀତିର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତେଣୁ ଜିଲ୍ଲା ହସ୍‌ପିଟାଲ ଠାରୁ ଆରମ୍ଭ କରି ସିଏଚସି ଲେବଲ ପର୍ଯ୍ୟନ୍ତ ଯେଭଳି ସ୍ବାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା IICଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍‌.ଡି.ପି.ଓ, ସବ୍‌କଲେକ୍ଟର, ଏସ୍‌.ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ବର ଅଂଶଭାବରେ ଜ୍ଞାନ କରି ଯତ୍ନବାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

- Advertisement -

 

କୋଭିଡର ଦ୍ବିତୀୟ ଲହର ସମୟରେ ମୁଖ୍ୟମନ୍ତ୍ରୀ ଗରିବ ଲୋକଙ୍କ ପାଇଁ ବିଶେଷତଃ ଛୋଟ ଚାଷୀ, ନିର୍ମାଣ ଶ୍ରମିକ, ଏମଜିଏନଆରଇଜିଏସ ଶ୍ରମିକ, ଆଦିମ ଜନଜାତି ପରିବାର, ଅନୁସୁଚିତ ଜାତି, ଜନଜାତି ଛାତ୍ରଛାତ୍ରୀ ଓ ମିଶନ ଶକ୍ତିର ମା ମାନଙ୍କ ଠାରୁ ଆରମ୍ଭ କରି ଷ୍ଟ୍ରିଟ ଭେଣ୍ଡର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ କୋଭିଡ ସହାୟତା ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କର ୧୦ଟି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ଏହି ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି। ଏପର୍ଯ୍ୟନ୍ତ ଉପରୋକ୍ତ ବର୍ଗର ଲୋକମାନଙ୍କୁ ୨୦୦୪ କୋଟି ଟଙ୍କା ପର୍ଯ୍ୟନ୍ତ ସହାୟତା ପ୍ରଦାନ କରାଯାଇଛି ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଶିକ୍ଷକ ତଥା ସ୍କୁଲର କର୍ମଚାରୀମାନଙ୍କ ଟିକାକରଣ ଉପରେ ଗୁରୁତ୍ବାରୋପ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ବୈଠକରେ ଅବଗତ କରିଥିଲେ। ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର  ପି.କେ. ଜେନା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା କାର୍ଯ୍ୟକାରୀତା ସଂପର୍କରେ ଉପସ୍ଥାପନା ରଖିଥିଲେ । ବୈଠକରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରୀତା ସଂପର୍କରେ ମଧ୍ୟ ସମୀକ୍ଷା କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ। ଏହି ବୈଠକରେ ପୋଲିସ ମହାନିର୍ଦ୍ଦେଶକ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଜିଲ୍ଲାପାଳ, ଏସ୍‌.ପି ପ୍ରମୁଖ ଉପସ୍ଥିତ ଥିଲେ।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories