www.samajalive.in
Tuesday, December 9, 2025
16.1 C
Bhubaneswar

ସତ୍ୟବାଦୀ ଓ ପିପିଲି ବ୍ଲକ କୋଭିଡ ଆକ୍ରାନ୍ତଙ୍କ ପାଇଁ ୮୮ଶଯ୍ୟା ବିଶିଷ୍ଟ କୋଭିଡ ସେବା କେନ୍ଦ୍ର

ସାକ୍ଷୀଗୋପାଳ : ସ୍ଥାନୀୟ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ ପରିସରରେ ସତ୍ୟବାଦୀ ଓ ପିପିଲି ବ୍ଲକର କୋଭିଡ ଆକ୍ରାନ୍ତ ମାନଙ୍କ ଚିକିତ୍ସା ନିମନ୍ତେ ଏକ ୮୮ଶଯ୍ୟା ବିଶିଷ୍ଟ  କୋଭିଡ ସେବା କେନ୍ଦ୍ର ପ୍ରସ୍ତୁତ ହୋଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସୁଜାତା ମିଶ୍ର ଆଜି ଏହି ସେବା କେନ୍ଦ୍ର ପରିଦର୍ଶନ କରିଥିଲେ। କୋଭିଡ ଆକ୍ରାନ୍ତ ମାନଙ୍କ ଚିକିତ୍ସା ନିମନ୍ତେ ଆବଶ୍ୟକ ଭିତ୍ତିଭୂମି ପ୍ରସ୍ତୁତି ତଦାରଖ କରିଥିଲେ। ୨ ଗୋଟି ନୂତନ ବେସିନ ବସାଇବା ନିମନ୍ତେ ପରାମର୍ଶ ଦେଇଥିଲେ। ଏଥି ସହିତ ସମସ୍ତ ପ୍ରସ୍ତୁତି ସୁଚାରୁରୂପେ କରାଯାଇଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ। ସାକ୍ଷୀଗୋପାଳ ଡାକ୍ତରଖାନାର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡାକ୍ତର ବିଶ୍ୱଜିତ ମିଶ୍ର ଏହି କୋଭିଡ ସେବା କେନ୍ଦ୍ର ଦାୟିତ୍ୱରେ ରହିବେ ବୋଲି ଜଣାପଡିଛି।
ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶ୍ରୀମତୀ ମିଶ୍ରଙ୍କ ସହିତ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଲଲାଟେନ୍ଦୁ ମିଶ୍ର, ସାକ୍ଷୀଗୋପାଳ ଡାକ୍ତରଖାନାର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡାକ୍ତର ବିଶ୍ୱଜିତ ମିଶ୍ର, ଫାର୍ମାସିଷ୍ଟ ସୁରେଶ ଚନ୍ଦ୍ର ନନ୍ଦ, ସତ୍ୟବାଦୀ ମଣ୍ଡଳ ଉନ୍ନୟନ ଅଧିକାରୀ କ୍ଷୀରୋଦ କୁମାର ବେହେରା, ପିପିଲି ମଣ୍ଡଳ ଉନ୍ନୟନ ଅଧିକାରୀ ରଶ୍ମିତା ନାଥ ଓ ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟ  କେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡାକ୍ତର ବିନୟ କୁମାର ପଣ୍ଡା ପ୍ରମୁଖଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories