www.samajalive.in
Saturday, December 6, 2025
19.1 C
Bhubaneswar

କୋଭିଡ ରୋଗୀଙ୍କ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବେ ସତ୍କାର କରାଯିବା ପାଇଁ ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସମ୍ପର୍କରେ ସମୀକ୍ଷା କରିଥଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ରୋଗୀଙ୍କ ସୁବିଧା, କୋଭିଡ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ବ ଦିଆଯିବା ଦରକାର। ଜିଲା ପର୍ଯ୍ୟବେକ୍ଷକମାାନେ କୋଭିଡ ଯୁଦ୍ଧରେ ଆଗରେ ରହି କାର୍ଯ୍ୟ କରୁଥିବା ଯୋଦ୍ଧା ମାନଙ୍କର ମନୋବଳକୁ ଉଚ୍ଚା ରଖିବା ପାଇଁ ସେମାନଙ୍କ ସହ ନିୟମିତ ଯୋଗାଯୋଗରେ ରହିବା ଆବଶ୍ୟକ। କୋଭିଡ୍‌ ପରୀକ୍ଷା ପାଇଁ ଅଧିକ ଲାବୋରେଟୋରୀ ଟେକନିସିଆନ ଓ ଆମ୍ବୁଲାନ୍‌ସ ମୁତୟନ କରିବା ଉଚିତ। କୋଭିଡ ରୋଗୀଙ୍କ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବେ ସତ୍କାର କରାଯିବ। ଏଥିପାଇଁ ପ୍ରଶାସନ ଓ ପରିବାରବର୍ଗ ସ୍ବତନ୍ତ୍ର ଦୃଷ୍ଟି ଦେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟ ସରକାରଙ୍କର ନିଷ୍ପତ୍ତିକ୍ରମେ ସ୍ବଳ୍ପ ଲକ୍ଷଣଯୁକ୍ତ ରୋଗୀ ମାନଙ୍କୁ ଏଣିକି ଘରେ ରହି ଚିକିତ୍ସା ପାଇଁ ଅନୁମତି ଦିଆଯିବ। ତା ସହିତ ବିଭିନ୍ନ କର୍ପୋରେଟ ସଂସ୍ଥା ଗୁଡିକୁ ମଧ୍ୟ କୋଭିଡ୍‌ କେୟାର୍‌ ସେଣ୍ଟର ଖୋଲିବାକୁ ମଧ୍ୟ ଅନୁମତି ଦିଆଯିବ। ତେଣୁ ଏଗୁଡିକର ପରିଚାଳନାକୁ ଉପଯୁକ୍ତ ଭାବରେ ତଦାରଖ କରିବା ସହିତ ସେଗୁଡିକ ମଧ୍ୟ ମୋ ସରକାର ଅଧୀନରେ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେବାସହିତ କୋଭିଡ ଯୋଦ୍ଧା ମାନଙ୍କୁ ନିୟମିତ ତାଲିମ ଓ ଉତ୍ତମ ଖାଦ୍ୟ ଯୋଗାଣ ଉପରେ ଗୁରୁତ୍ବାରୋପ କରିଥିଲେ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories