ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସମ୍ପର୍କରେ ସମୀକ୍ଷା କରିଥଲେ। କୋଭିଡ୍ ମୁକାବିଲା ସହିତ ରୋଗୀଙ୍କ ସୁବିଧା, କୋଭିଡ ଯୋଦ୍ଧାଙ୍କ ସୁରକ୍ଷା ଓ ଫୋକସ୍ ଜିଲ୍ଲା ଉପରେ ଗୁରୁତ୍ବ ଦିଆଯିବ। ରାଜ୍ୟରେ କୋଭିଡ ହସ୍ପିଟାଲରେ ଶଯ୍ୟା, ଆମ୍ବୁଲାନ୍ସ ଓ ଆଇସିୟୁ ଶଯ୍ୟା ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଗଞ୍ଜାମ,କଟକ, ଯାଜପୁର, ସୁନ୍ଦରଗଡ ଓ ଖୋର୍ଦ୍ଧା ୫ଟି ଜିଲ୍ଲାକୁ ଅଧିକ ପ୍ରବାସୀଙ୍କ ଆଗମନ ତଥା ଯିବାଆସିବା ବୃଦ୍ଧି କାରଣରୁ ପରିସ୍ଥିତି ଆହ୍ବାନମୂଳକ ରହିଛି। ତେଣୁ ଏହିସବୁ ଜିଲ୍ଲା ଉପରେ ଅଧିକ ଫୋକସ୍ କରାଯାଇ ପଦକ୍ଷେପ ନିଆଯାଇଛି। କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟର ୫ଟି ଫୋକସ୍ ଜିଲ୍ଲାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗଞ୍ଜାମ ଜିଲ୍ଲାରେ ଅଧିକ ମାନବ ସମ୍ବଳ ସହିତ ଅଧିକ ଭେଣ୍ଟିଲେଟର, ଆମ୍ବୂଲାନ୍ସ, ଶଯ୍ୟା ଆଦିର ବ୍ୟବସ୍ଥା କରି ସମସ୍ତ ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ କୋଭିଡ ମୁକାବିଲା ପାଇଁ ଥିବା ସମସ୍ତ ନୀତି ଓ ନିର୍ଦ୍ଦେଶକୁ କଡାକଡି ପାଳନ କରାଯାଉଛି। ଗଞ୍ଜାମ ଜିଲ୍ଲାରେ ଥିବା ଆହ୍ବାନର ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି।
ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଭିନ୍ନ ଜିଲ୍ଲାର କୋଭିଡ ପର୍ଯ୍ୟବେକ୍ଷକମାନଙ୍କ ସହିତ ସେମାନଙ୍କ ଜିଲ୍ଲାରେ କୋଭିଡ ସ୍ଥିତି, ଚିକିତ୍ସା ସୁବିଧା, ପରୀକ୍ଷଣ ଓ ଗୋଷ୍ଠୀ ସମନ୍ବୟ ସଂପର୍କରେ ପଚାରି ବୁଝିଥିଲେ।
ବୈଠକରେ ମୁଖ୍ୟମନ୍ତ୍ରୀ କାର୍ୟ୍ୟାଳୟର ମୁଖ୍ୟ ଉପଦେଷ୍ଟା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଏବଂ ବିଭିନ୍ନ ବିଭାଗର ଶାସନ ସଚିବ ଓ କୋଭିଡ ପର୍ୟ୍ୟବେକ୍ଷକ ମାନେ ଯୋଗ ଦେଇଥିଲେ।
କୋବିଦ ମୁକାବିଲା: ଫୋକସରେ ୫ ଜିଲା
Popular Categories



