www.samajalive.in
Sunday, December 7, 2025
23.1 C
Bhubaneswar

ଓଡ଼ିଶାରେ କୋଭିଡ୍‌ ହସ୍ପିଟାଲରେ ବେଡ୍‌ ସଂଖ୍ୟା ୪ ହଜାର ହେବ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ କୋଭିଡ୍‌ ହସ୍ପିଟାଲରେ ବେଡ୍‌ ସଂଖ୍ୟା ବୃଦ୍ଧି କରାଯାଇ ୪ହଜାର ହେବ। ଗୁରୁବାର ଅନୁଷ୍ଠିତ ମନ୍ତ୍ରୀସ୍ତରୀୟ ବୈଠକ ପରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଏ ନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ବେଡ୍‌ ସଂଖ୍ୟାକୁ ବୃଦ୍ଧି କରାଯିବ। ଏହାସହ ଦିନକୁ ୧୫ହଜାର ଟେଷ୍ଟ ପାଇଁ ଆଲୋଚନା ହୋଇଛି । ଘରୋଇ ମେଡ଼ିକାଲରେ କୋଭିଡ଼ ପରୀକ୍ଷାକୁ ଅନୁମତି ମିଳିବ। ବଲାଙ୍ଗୀର, କୋରାପୁଟ ଓ ବାରିପଦା ମେଡ଼ିକାଲରେ କୋଭିଡ଼ ପରୀକ୍ଷା କରାଯିବା ନେଇ ଅନୁମତି ମିଳିବ। ୧୬ରୁ ବଲାଙ୍ଗୀର, ୨୩ରେ କୋରାପୁଟ, ୩୧ରେ ବାରିପଦାରୁ କୋଭିଡ଼ ଟେଷ୍ଟ ଆରମ୍ଭ ହେବ। ବାହାରୁ ଆସୁଥିବା ପ୍ରବାସୀ ଓଡ଼ିଆଙ୍କର ପ୍ରଥମେ କରୋନା ପରୀକ୍ଷା କରାଯିବ। କରୋନା ରିପୋର୍ଟ ଆସିବା ପରେ ଯଦି ତାଙ୍କ ରିପୋର୍ଟ ନେଗେଟିଭ ଆସିବ ତେବେ ସେମାନେ ଘରେ ସଙ୍ଗରୋଧରେ ରହିବେ। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ସଙ୍ଗେସଙ୍ଗେ ସ୍ୱାସ୍ଥ୍ୟ ସେବା ମଧ୍ୟ ଯୋଗାଇ ଦିଆଯିବ। ସ୍ୱଚ୍ଛତା ନେଇ ସ୍ୱତନ୍ତ୍ର ଏସଓପି ଜାରି କରାଯିବ। ସେହିପରି ୨୦୧୩ ଟୋବାକୋ ଆଇନକୁ ଦୃଢ଼ ଭାବେ କାର୍ଯ୍ୟକାରୀ କରିବାକୁ ପ୍ରସ୍ତାବ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories