www.samajalive.in
Saturday, December 13, 2025
26.1 C
Bhubaneswar

ପଶ୍ଚିମ ଓଡ଼ିଶାରେ କୋଭିଡ୍-୧୯ ଚିକିତ୍ସା ସେବା ସଂପ୍ରସାରିତ

ଭୁବନେଶ୍ବର: ପଶ୍ଚିମ ଓଡ଼ିଶାରେ କୋଭିଡ୍‌-୧୯ ଚିକିତ୍ସା ସେବାକୁ ସଂପ୍ରସାରିତ କରିବା ଉଦ୍ଦେଶ୍ୟରେ ଝାରସୁଗୁଡ଼ାଠାରେ ୧୦ଟି ଆଇସିୟୁ ଶଯ୍ୟା ସହିତ ୧୧୦ ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର କୋଭିଡ୍‌ ହସ୍‌ପିଟାଲ୍‌ କାର୍ଯ୍ୟକ୍ଷମ ହୋଇଛି। ଜିଲା ଖଣିଜ ପାଣ୍ଠି ଏବଂ ବେଦାନ୍ତ ଲିମିଟେଡ୍‌ର ଆର୍ଥିକ ସହଯୋଗରେ ଏହି ସ୍ୱତନ୍ତ୍ର ହସ୍‌ପିଟାଲ୍‌ ପ୍ରସ୍ତୁତ ହୋଇଛି। ହାଇଟେକ୍‌ ମେଡିକାଲ୍‌ କଲେଜ ଏବଂ ଝାରସୁଗୁଡ଼ା ଜିଲ୍ଲା ଚିକିତ୍ସାଳୟର ସହାୟତାରେ ଏହା ପରିଚାଳିତ ହେବ। ଏହାକୁ ମିଶାଇ ରାଜ୍ୟରେ ସ୍ୱତନ୍ତ୍ର କୋଭିଡ୍‌ ହସ୍‌ପିଟାଲ୍‌ ସଂଖ୍ୟା ୩୨ ହେବା ସହ ସମୁଦାୟ ଶଯ୍ୟା ସଂଖ୍ୟା ୫୨୭୬କୁ ବୃଦ୍ଧିପାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗ୍‌ଚୀ କହିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories