www.samajalive.in
Tuesday, December 9, 2025
16.1 C
Bhubaneswar

କଟକରେ କରୋନା ଭୟ ; ଶିକ୍ଷାନୁଷ୍ଠାନରୁ ୧୭ କର୍ମଚାରୀ ପଜିଟିଭ ଚିହ୍ନଟ

କଟକ : କଟକରେ ଭୟ ବଢାଉଛି କରୋନା। ଗତ ୨ ଦିନରେ ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ୨୫ ଜଣ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପୁଣି ଆଜି ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନେ ଶିକ୍ଷାନୁଷ୍ଠାନର କର୍ମଚାରୀ ବୋଲି ଜଣାପଡିଛି। ତେଣୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଏହି ଅନୁଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରାଯିବ। ଟ୍ରେସିଂ ପରେ ସେମାନେ କେତେ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ସେନେଇ ସୂଚନା ମିଳିବ। କଲେଜର ଜଣଙ୍କର ଆରଟିପିସିଆର ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ଅନ୍ୟମାନଙ୍କ ଟେଷ୍ଟ କରାଯାଇଥିଲା। ଏହାପରେ ୧୭ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।
ସୂଚନା ଯୋଗ୍ୟ ; କଟକ ଲିଙ୍କ‌ରୋଡ଼ ସ୍ଥିତ ଘରୋଇ କଲେଜରେ ଗତ ବୁଧବାର ୧୨ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ପୁଣି ୨୪ ଘଣ୍ଟା ମଧ୍ୟରେ ସମ୍ପୃକ୍ତ କଲେଜରୁ ପୁଣି ୧୩ ସଂକ୍ରମିତ ଚିହ୍ନଟ ହୋଇଥିଲେ। । ଗୁରୁବାର ୭୧ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା । ସେଥିରୁ ୧୩ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା। ସମସ୍ତ ସଂକ୍ରମିତ ଗୋଟିଏ ହଷ୍ଟେଲର ବୋଲି ସୂଚନା ମିଳିଥିଲା। ଅପରପକ୍ଷରେ ଉକ୍ତ କଲେଜ ଓ ହଷ୍ଟେଲକୁ ୧୦ ଦିନ ପାଇଁ ବନ୍ଦ କରାଯାଇଛି। ଆକ୍ରାନ୍ତମାନଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଛି ଏବଂ ସେମାନଙ୍କ ସଂସ୍ପର୍ଶରେ କେଉଁମାନେ ଆସିଛନ୍ତି ସେନେଇ ତଥ୍ୟ ସଂଗ୍ରହ ଚାଲିଥିବା କଟକ ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

Hot this week

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

Related Articles

Popular Categories