www.samajalive.in
Monday, December 8, 2025
13.1 C
Bhubaneswar

ଦେଶରେ ନୂଆ ଆକ୍ରାନ୍ତ ୧ ହଜାର ୫୮୧ ; ମୃତ ୩୩

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧ ହଜାର ୫୮୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୦,୯୭୧କୁ ବୃଦ୍ଧି ପାଇଛି। ସେହିପରି ଆଉ ୨ ହଜାର ୭୪୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୪,୭୦,୫୧୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୪%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ୫,୧୬,୫୪୩ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ମୃତ୍ୟୁ ହାର ୧.୨୦%। ୨୩,୯୧୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତହାର ୦.୦୬%। ଦିନକ ପୂର୍ବରୁ ୫,୬୮,୪୭୧ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୮,୩୬,୧୩,୬୨୮ ନମୁନା ପରୀକ୍ଷା କରାଯାଇଛି। ଦିନକ ପୂର୍ବରୁ ୩୦,୫୮,୮୭୯ ଟିକାକରଣ ହୋଇଥିବା ବେଳେ ଏଯାଏଁ ୧,୮୧,୫୬,୦୧,୯୪୪ ଟିକାକରଣ କରାଯାଇଛି। ଆଜି ସକାଳ ସୁଦ୍ଧା ୫,୬୬,୩୮୧ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories