www.samajalive.in
Saturday, December 13, 2025
21.1 C
Bhubaneswar

ଆନୁଷ୍ଠାନିକ କ୍ବାରେଣ୍ଟାଇନ୍‌ ଶେଷ ପ୍ରବାସୀଙ୍କୁ ମିଳିଛି ୧୨୪କୋଟି ୯୮ଲକ୍ଷ ପ୍ରୋତ୍ସାହନ ରାଶି, ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ଭରଣା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା କ୍ରମେ ଓଡ଼ିଶାକୁ ଫେରି ଆନୁଷ୍ଠାନିକ କ୍ୱାରାଣ୍ଟାଇନ୍‌ ଶେଷ କରିଥିବା ପ୍ରବାସୀମାନଙ୍କୁ ୨୦୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଉଛି । ବର୍ତ୍ତମାନ ସୁଦ୍ଧା ଏ ବାବଦରେ ୧୨୪ କୋଟି ୯୮ ଲକ୍ଷ ୯୩ ହଜାର ଟଙ୍କା ପ୍ରଦାନ କରାଯାଇ ସାରିଛି। ଏହି ସମସ୍ତ ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଭରଣା କରାଯାଉଛି। ତେବେ ଏହି ପ୍ରେତ୍ସାହନ ରାଶି ପାଇନ ଥିବା ଅଭିଯୋଗ କରି ବାଲେଶ୍ବର ଜିଲାର ଖଇରା ବ୍ଲକ ଗରସଙ୍ଗ ପଞ୍ଚାୟତ କାର୍ଯ୍ୟାଳୟ ୨ଶହରୁ ଅଧିକ ପ୍ରବାସୀ ଧାରଣା ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ଅନୁଯାୟୀ କ୍ବାରେଣ୍ଟାଇନ୍‌ ଶେଷ କରିଥିବା ପ୍ରବାସୀଙ୍କୁ ୨ହଜାର ଟଙ୍କା ପ୍ରୋତ୍ସାହନ ରାଶି ମିଳି ନାହିଁ। ଏହି ପ୍ରୋତ୍ସାହନ ରାଶି ମିଳି ନ ଥିବାରୁ ବାଲେଶ୍ବର ଜିଲାର ଖଇରା ବ୍ଲକ ଗରସଙ୍ଗ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ପ୍ରବାସୀ ଓଡ଼ିଆ ଧାରଣା ଦେଇଛନ୍ତି। ସରକାରୀ କୋରାଣ୍ଟାଇନ କେନ୍ଦ୍ରରେ ରହିଥିବାରୁ ସରକାରଙ୍କ ନିୟମ ଅନୁସାରରେ ସେମାନଙ୍କୁ ୨୦୦୦ ଟଙ୍କା ପ୍ରୋତ୍ସାହନ ରାଶି ମିଳୁ ବୋଲି ଦୁଇ ଶହରୁ ଊର୍ଦ୍ଧ୍ବ ପ୍ରବାସୀ ଧାରଣା ଦେଇଛନ୍ତି। ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ସେମାନଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରିବା ପାଇଁ ସେମାନେ ଦାବି କରିଛନ୍ତି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories