www.samajalive.in
Wednesday, December 10, 2025
18.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୨୦ ମାମଲା, ୨୧ ଗିରଫ

ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୨୦ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୧୮ଟି ମାମଲା ଲକ୍‌ ଡାଉନ୍‌ ସମ୍ପର୍କିତ ହୋଇଥିବାବେଳେ ୧ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ ଏବଂ ୧ଟି ମାମଲା ଅନ୍ୟ କାରଣ ପାଇଁ ଅଟେ। ୨୧ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪,୭୬,୫୬୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୮,୧୦୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୮,୦୬୧ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ଆଜିର ସୁସ୍ଥ ସଂଖ୍ୟା-୬୮୭। ରାଜ୍ୟରେ ମୋଟ ୧୫୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୯,୮୫୭ରହିଛି। ୧୦,୫୪୪ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories