କୋଭିଡ୍ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୫ ମାମଲା
ଭୁବନେଶ୍ବର: ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୫ଟି ମାମଲା ଦାୟର କରାଯାଇଛି। କୋଭିଡ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩୫,୨୪,୨୪୨ ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୨,୩୮,୦୦୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨,୦୬,୪୦୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୯୪୦ ଜଣ କୋଭିଡ୍-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩୦,୬୧୦ ରହିଛି । ୩୦,୬୧୦ ଜଣ ହସ୍ପିଟାଲ୍ ଆଇସୋଲେସନ୍ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Comments are closed.