www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ଭୁବନେଶ୍ବର ମହାନଗର ଅଞ୍ଚଳରେ ପୁଣି ୧୧୧୬ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୬୫୫

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ପୁଣି ୧୧୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍ ୧୧୭ ଏବଂ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୯୩୯ଜଣ ଚିହ୍ନଟ ହୋଇଛନ୍ତି। ଆଜି ସଂକ୍ରମିତ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଯୁବପିଢ଼ୀ ସଂଖ୍ୟା ଅଧିକ ରହିଛି। ସେହିପରି ଭୁବନେଶ୍ବରରେ କିଛି ଅମାନିଆଙ୍କ ଯୋଗୁ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ବୃଦ୍ଧି ପାଉଥିବା ଜଣାପଡ଼ିଛି।

ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ କୋଭିଡ୍‌ ପଜିଟିଭ୍‌ ରୋଗୀଙ୍କ ସଂଖ୍ୟା ୪୮୨୫୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୯୦୧୬ଜଣ ସୁସ୍ଥ ହୋଇସାରିଥିବାବେଳେ ୮୯୪୭ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୭୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି।

- Advertisement -

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories