www.samajalive.in
Saturday, December 6, 2025
26.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୭ ଗିରଫ, ଜରିମାନା ଆଦାୟ ୨୫,୮୪,୦୦୦ ଟଙ୍କା

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୋଲିସ ପକ୍ଷରୁ ଗୋଟିଏ ମାମଲା ଦାୟର କରାଯାଇଛି। ସେହିପରି କୋଭିଡ୍‌ ମାମଲା ଉଲ୍ଲଙ୍ଘନ ଅଭିଯୋଗରେ ୭ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୬୨୪ ଟି ଗାଡ଼ି ଜବତ ହୋଇଛି ଏବଂ ୨୫,୮୪,୦୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫୯,୭୭,୯୭୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୧୯,୫୮୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୧୨,୭୩୪ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୭୫୦ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୫,୦୪୬ ରହିଛି। ୫,୦୪୬ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories