www.samajalive.in
Saturday, December 13, 2025
27.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୮ ଗିରଫ, ଜରିମାନା ଆଦାୟ ୨୫,୨୯,୭୪୦ ଟଙ୍କା

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ଗୋଟିଏ ମାମଲା ଦାୟର କରାଯାଇଛି। ସେହିପରି କୋଭିଡ୍‌-ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୮ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୫୮୫ ଟି ଗାଡ଼ି ଜବତ ହୋଇଛି ଏବଂ ୨୫,୨୯,୭୪୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬୦,୧୯,୮୫୫ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୨୦,୦୧୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୧୩,୩୯୪ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୭୫୫ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୪,୮୧୫ ରହିଛି ଏବଂ ୪,୮୧୫ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories