କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୯ ମାମଲା, ୮୨ ଗିରଫ
ଭୁବନେଶ୍ବର: ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୯ ଟି ମାମଲା ଦାୟର କରାଯାଇଛି ଏବଂ ୮୨ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେହିପରି କୋଭିଡ୍ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୬୫୧ଟି ଗାଡ଼ି ଜବତ ହୋଇଥିବାବେଳେ ୧୮,୮୦,୬୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪୬,୪୫,୧୯୨ ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨,୯୩,୨୧୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୨,୭୭,୫୬୪ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୩୪୦ ଜଣ କୋଭିଡ୍-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୪,୨୫୭ ରହିଛି। ୧୪,୨୫୭ ଜଣ ହସ୍ପିଟାଲ୍ ଆଇସୋଲେସନ୍ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Comments are closed.