www.samajalive.in
Tuesday, December 9, 2025
16.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୫ ମାମଲା, ୧୦ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୫ଟି ମାମଲା ଦାୟର କରାଯାଇଛି। ସେହିପରି କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୧୦ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୫୮୭ ଟି ଗାଡ଼ି ଜବତ ହୋଇଛି ଏବଂ ୧୮,୭୪,୩୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନାଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫୮,୧୯,୫୮୪ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୧୭,୭୮୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୩,୦୯,୭୪୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୭୩୦ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬,୨୫୯ ରହିଛି। ୬,୨୫୯ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

Related Articles

Popular Categories