www.samajalive.in
Sunday, December 7, 2025
23.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୨୬ ମାମଲା, ୬୦ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୨୬ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୨୪ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ଏବଂ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ । ୬୦ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪,୨୧,୯୩୧ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୧,୦୯୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୧୪,୩୯୨ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟା-୬୪୩। ୧୦୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬,୬୬୧ ରହିଛି । ୭,୨୦୪ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories