ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୭୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୩୬୪୮୨କୁ ବୃଦ୍ଧି ପାଇଛି। ନୂଆପଡ଼ାରୁ ୧୫, ବରଗଡ଼ ୭, ଖୋର୍ଦ୍ଧା ୭, ସୁନ୍ଦରଗଡ଼ ୭, ବାଲେଶ୍ବର ୬, କଟକ ୫, ଯାଜପୁର ୫, ଢେଙ୍କାନାଳ ୩, ମୟୂରଭଞ୍ଜ ୩, ନବରଙ୍ଗପୁର ୩, ଅନୁଗୁଳ ୨, ଦେବଗଡ଼ ୨, ଷ୍ଟେଟ୍ପୁଲ ୨, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ସମେତ ଝାରସୁଗୁଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ
ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୮୯,୨୦,୭୭୧ ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୩୯, ୬୯୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୩,୩୬, ୪୦୯ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୯୧୯ ଜଣ କୋଭିଡ୍-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୩୧୩ ରହିଛି। ୧୩୧୩ ଜଣ ହସ୍ପିଟାଲ୍ ଆଇସୋଲେସନ୍ରେ ରହିଛନ୍ତି ।
ଆଜି ରାଜ୍ୟରେ ପୁଣି ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୬୪୮୨କୁ ବୃଦ୍ଧି
Popular Categories



