www.samajalive.in
Monday, December 8, 2025
24.1 C
Bhubaneswar

କୋଭିଡ ଆରୋଗ୍ୟ ହାର ୯୭.୦୬ ପ୍ରତିଶତ : ସକ୍ରିୟ ଆ​କ୍ରାନ୍ତ ହାର ୧.୫୩%

ନୂଆଦିଲ୍ଲୀ :  ଦେଶରେ କୋଭିଡ ଆରୋଗ୍ୟ ହାର ୯୭.୦୬ ପ୍ରତିଶତ ରହିଛି।  ଗତ ୨୪ଘଣ୍ଟା ମଧ୍ୟରେ ୧୩ ହଜାର ୧୨୩ ଜଣ ଆରୋଗ୍ୟ ଲାଭ କରିଛନ୍ତି। ବର୍ତ୍ତମାନ ସୁଦ୍ଧା କୋଭିଡରୁ ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୧୨ ହଜାର ୪୪ରେ ପହଞ୍ଚିଛି। ଗତ ୨୪ଘଣ୍ଟା ମଧ୍ୟରେ ପ୍ରାୟ ୧୪ ହଜାର ୯୮୯ ଲୋକ ଭୂତାଣୁରେ ସଂକ୍ରମିତ ହୋଇଥିବାର ରିପୋର୍ଟ ମିଳିଛି। ଫଳରେ ଦେଶରେ ମୋଟ୍‍ ସଂକ୍ରମଣ ୧ କୋଟି ୧୧ ଲକ୍ଷ ୩୯ ହଜାର ୫୧୬ ରହିଛି। ମନ୍ତ୍ରଣାଳୟ କହିଛି ଗତ ୨୪ଘଣ୍ଟା ଭିତରେ ୯୮ ଜଣ ମୃତ୍ୟୁ  ଘଟିଛି। ଏଥି ସହିତ ମୋଟ ମୃତ୍ୟୁ ସଂଖ୍ୟା  ୧ ଲକ୍ଷ ୫୭ ହଜାର ୩୪୬ରେ ପହଞ୍ଚିଛି। ଦେଶରେ କରୋନା ଜନିତ ମୃତ୍ୟୁହାର ୧.୪୧% ରହିଛି।

ଅନ୍ୟପକ୍ଷରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୦ ହଜାର ୧୨୬ ରହିଛି। ଯାହା ମୋଟ ଆ​କ୍ରାନ୍ତର ୧.୫୩ ପ୍ରତିଶତ।​‌

- Advertisement -

 

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories