www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟରେ ୨୪ ଘଣ୍ଟାରେ ୪ ହଜାର ୧୮୦ ନୂଆ କରୋନା ପଜିଟିଭ ଚିହ୍ନଟ ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର : ଦିନକୁ ଦିନ ରେକର୍ଡ଼ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ରାଜ୍ୟରେ ୨୪ ଘଣ୍ଟାରେ ୪ ହଜାର ୧୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୨ ହଜାର ୪୬୬ଜଣ ଚିହ୍ନଟ ହୋଇଥିବା ବେଳେ ୧ ହଜାର ୭୧୪ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୧,୩୪୧ରେ ପହଞ୍ଚିଛି। ୧,୩୩,୪୬୬ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୭,୧୪୦ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
୩୦ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୮୮। ଅନୁଗୁଳରୁ ୧୫୫, ବାଲେଶ୍ୱର ୧୩୩, ବରଗଡ଼ ୧୦୦, ଭଦ୍ରକ ୮୧, ବଲାଙ୍ଗୀର ୭୩, ବୌଦ୍ଧ ୫୬, କଟକ ୪୯୨, ଦେଓଗଡ଼ ୧୦, ଢେଙ୍କାନାଳ ୬୭, ଗଜପତି ୨୫, ଗଞ୍ଜାମ ୫୮, ଜଗତସିଂହପୁର ୧୨୩, ଯାଜପୁର ୧୮୪, ଝାରସୁଗୁଡ଼ା ୮୩, କଳାହାଣ୍ଡି ୬୭, କନ୍ଧମାଳ ୭୭, କେନ୍ଦ୍ରାପଡ଼ା ୧୨୧, କେନ୍ଦୁଝର ୭୩, କୋରାପୁଟ ୯୯, ମାଲକାନଗିରି ୫୩, ମୟୁରଭଞ୍ଜ ୧୬୩, ନବରଙ୍ଗପୁର ୭୩, ନୟାଗଡ଼ ୫୪, ନୂଆପଡ଼ା ୫୪, ପୁରୀ ୧୬୬, ରାୟଗଡ଼ା ୧୬୦, ସମ୍ବଲପୁର ୧୨୭, ସୋନପୁର ୬୨, ସୁନ୍ଦରଗଡ଼ ୧୬୬ ଜଣ ଚିହ୍ନଟ ହୋଇଛନ୍ତି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories