www.samajalive.in
Monday, December 8, 2025
20.1 C
Bhubaneswar

୨୨ ଜିଲ୍ଲା କରୋନାମୁକ୍ତ ; ୪୦ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଦିନକରେ ଆଉ ଆଉ ୪୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୭୦୧ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୪, ସ୍ଥାନୀୟ ଅଞ୍ଚଳରୁ ୧୬ ଏବଂ  ୧୮ ବର୍ଷ ବୟସ ମଧ୍ୟରେ ମାତ୍ର ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୋଳରୁ ସର୍ବାଧିକ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ରାଜ୍ୟର ୨୨ ଜିଲ୍ଲା କରୋନାମୁକ୍ତ ରହିଛି।

ସେହିପରି ଦିନକରେ ଆଉ ୪୧ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୧୬୨କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ  ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୫ ରହିଛି। ଅନ୍ୟ ପକ୍ଷରେ ରାଜ୍ୟ ସରକାର ଗତ ୩୧ ତାରିଖରୁ ସମସ୍ତ ପ୍ରକାରର କୋଭିଡ୍ କଟକଣାକୁ ହଟାଇ ଦେଇଛନ୍ତି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories