www.samajalive.in
Tuesday, December 9, 2025
16.1 C
Bhubaneswar

ଆଜିଠାରୁ ରାଜ୍ୟରେ ପୁଣି କରୋନା ଟିକାକରଣ : ୬ରୁ ସମ୍ମୁଖ ଯୋଦ୍ଧାଙ୍କୁ ଟିକା

ଭୁବନେଶ୍ୱର : ଆଜିଠାରୁ ରାଜ୍ୟରେ ପୁଣି ଟିକାକରଣ ଚାଲିବ। ପଲସ୍ ପୋଲିଓ ଅଭିଯାନ ପାଇଁ ରାଜ୍ୟରେ ଗତ ୩ ଦିନ ଧରି ରାଜ୍ୟରେ କୋଭିଡ ଟିକାକରଣ ବନ୍ଦ ଥିଲା। ଆଜି ୫୯ ସେସନ ସାଇଟରେ ୬୪୯୮ ସ୍ୱାସ୍ଥ୍ୟକର୍ମୀଙ୍କୁ ଟୀକା ଦିଆଯିବ। ଏଥିରୁ ଭୁବନେଶ୍ୱରର ୧୦ଟି ସାଇଟ ରହିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ କହିଛନ୍ତି। ସେହିପରି ଫେବୃଆରୀ ୬ ତାରିଖରୁ ସମ୍ମୁଖ ଯୋଦ୍ଧାଙ୍କୁ ଟୀକା ଦିଆଯିବ। ଆମେ ସେମାନଙ୍କ ପାଇଁ ଅଲଗା ସ୍ଥାନ, ଅଲଗା ଟିକା ପ୍ରଦାନକାରୀଙ୍କୁ ନିୟୋଜିତ କରିବାକୁ ଜିଲ୍ଲାପାଳ, ସ୍ୱାସ୍ଥ୍ୟ ଅଧିକାରୀଙ୍କ ସହ ବୈଠକ ରଖିଛୁ। ସେମାନଙ୍କୁ ଏ ଦିଗରେ ଗାଇଡ଼ଲାଇନ ନେଇ ଅବଗତ କରାଯିବ।

ଏଥିପାଇଁ ହସ୍ପିଟାଲ ବ୍ୟତୀତ ବିକଳ୍ପ ଟିକାଦାନ କେନ୍ଦ୍ର ଚୟନ କରିବାକୁ ନିର୍ଦେଶ ଦିଆଯାଇଛି। ଏପରିକି କାର୍ଯ୍ୟକ୍ଷେତ୍ର ପରିସରରେ ଟିକାଦାନ କେନ୍ଦ୍ରକୁ ଅଗ୍ରାଧିକାର ଦିଆଯାଇଛି। ସ୍ୱାସ୍ଥ୍ୟ କର୍ମୀଙ୍କ ଛଡ଼ା ଅନ୍ୟ ବିକଳ୍ପ ଟିକାକର୍ମୀଙ୍କୁ ନିଯୁକ୍ତି ପାଇଁ ପରାମର୍ଶ ଦିଆଯାଇଛି। ଠିକା ଟିକା କର୍ମୀଙ୍କୁ ଦୈନିକ ୫ଶହ ଭତ୍ତା ଦେବାକୁ ଚିଠିରେ କୁହାଯାଇଛି। ଟିକା ଯେମିତି ଅପଚୟ ନହେବ, ଆଗୁଆ ଟ୍ରେନିଂ ଦେବାକୁ ପରାମର୍ଶ ସ୍ୱାସ୍ଥ୍ୟ ବିଭାଗ ଦେଇଛି।
ଏନେଇ ସ୍ୱାସ୍ଥ୍ୟ ବିଭାଗ ଏସିଏସ୍‌ଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ଜିଲାପାଳ, ଜିଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ ମାନଙ୍କୁ ଚିଠି ଲେଖି ଅବଗତ କରାଯାଇଛି।
ଗତ ଜାନୁଆରୀ ୧୬ରେ ଦେଶବ୍ୟାପୀ କରୋନା ଟିକାକରଣ ଆରମ୍ଭ ହେବା ସହିତ ଭୁବନେଶ୍ବରର କ୍ୟାପିଟାଲ୍ ହସ୍ପିଟାଲରେ ଜଣେ ସଫେଇ କର୍ମଚାରୀଙ୍କୁ ପ୍ରଥମେ ଟିକା ଦିଆଯାଇ ରାଜ୍ୟରେ ଟିକାକରଣ ହୋଇଥିଲା। ପ୍ରାରମ୍ଭିକ ପର୍ଯ୍ୟାୟରେ ରାଜ୍ୟର ୧୬୧ଟି କେନ୍ଦ୍ରରେ ଡାକ୍ତର, ନର୍ସ ଓ ଅନ୍ୟ ସ୍ୱାସ୍ଥ୍ୟକର୍ମୀ ମାନଙ୍କୁ ଟିକା ଦିଆଯାଇଥିଲା। ପ୍ରଥମ ଦିନରେ ପ୍ରାୟ ୧୬ ହଜାର ଟିକା ଦେବା ପାଇଁ ଲକ୍ଷ୍ୟ ଥିବାବେଳେ ମୋଟ୍ ୧୩ ହଜାର ୨୯୨ଟି ଟିକା ଦିଆଯାଇଥିଲା।

- Advertisement -

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ଲକ୍ଷ ୮ହଜାର ୨୦୫ ଜଣଙ୍କୁ ଟିକାଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories