www.samajalive.in
Saturday, December 6, 2025
16.1 C
Bhubaneswar

ବଲାଙ୍ଗିରରେ କୋଭିଡ ଟିକାକରଣ ; ଇନଚାର୍ଜଙ୍କଠାରୁ ଆରମ୍ଭ

ବଲାଙ୍ଗିର : ସାରା ଭାରତରେ ଆଜି କୋଭିଡ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି କ୍ରମରେ ବଲାଙ୍ଗିର ଜିଲାରେ ମଧ୍ୟ ଆରମ୍ଭ ହୋଇଛି ଟିକାକରଣ। ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଓ ଡାକ୍ତରଖାନାରେ କୋଭିସିଲ୍‌ଡ ଟିକା ନେଇଛନ୍ତି କୋଭିଡ ଇନଚାର୍ଜ ଡା.ଗିରିଜାଶଙ୍କର ଉଦାଗାତା। ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲାପାଳ ଚଞ୍ଚଳ ରାଣା, ଏସ୍ପି କୁଶଲକର ନୀତିନ, ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ସିଡିଏମ୍ଓ ଡା.ଭୀମ ସାହୁ, ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପକ୍ଷରୁ ଆସିଥିବା ରାଜ୍ୟ ପର୍ଯ୍ୟବେକ୍ଷକ ଡା.ଲୋକନାଥ ପାତ୍ର, ଅଶୋକ ସାମଲ, ଡିଆଇପିଆର୍ଓ ଜୟଦେବ ପାଣିଗ୍ରାହୀ, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ, କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଆସିଥିବା କୋଭିଡ ଟିକା କୋଭିସିଲ୍‌ଡର ଗୋଟିଏ ଭାଇଲ୍ରୁ ୧୦ଜଣଙ୍କୁ ଟିକା ଦିଆଯାଇପାରିବ। ପ୍ରଥମ ଡୋଜ୍ ନେବାର ୨୮ ଦିନ ପରେ ଦ୍ୱିତୀୟ ଡୋଜ୍ ନେବାକୁ ପଡିବ ବୋଲି କୁହାଯାଇଛି। ତେବେ କୋଭିଡ ଟିକା ନେଇଥିବା ଡା.ଉଦ୍‌ଗାତା ଖୁସି ପ୍ରକାଶ କରିବା ସହ ଲୋକଙ୍କ ପାଇଁ ଏହା ଭୟ ଦୂର କରିବାର ମାଧ୍ୟମ ହେବ କହିଛନ୍ତି।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories