www.samajalive.in
Sunday, December 7, 2025
16.1 C
Bhubaneswar

କରୋନା ସମ୍ମୁଖ ଯୋଦ୍ଧାଙ୍କୁ ଟିକାଦାନ : କଟକରେ ଟିକା ନେଲେ ଡିଜିପି ଅଭୟ

ଭୁବନେଶ୍ବର :  ରାଜ୍ୟରେ ଆଜିଠାରୁ କରୋନା ସମ୍ମୁଖ ଯୋଦ୍ଧାମାନଙ୍କୁ ଟିକାଦାନ କରାଯାଉଛି। ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭିନ୍ନ ଭିନ୍ନ ସ୍ଥାନରେ ଟିକାଦାନ ପାଇଁ ପ୍ରସ୍ତୁତି କରାଯାଇଛି। ସବୁ ଜିଲ୍ଲାପାଳ, ଏସ୍‍.ପି, ରାଜସ୍ୱ ବିଭାଗର କର୍ମଚାରୀ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ସମ୍ମୁଖ ଯୋଦ୍ଧାଙ୍କୁ ଟିକାଦାନ କରାଯାଉଛି।

କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ପୁଲିସ ମହାନିର୍ଦେଶକ ଶ୍ରୀ ଅଭୟ କରୋନା ଟିକା ନେଇଛନ୍ତି। ଅଗ୍ନିଶମ ବିଭାଗ ଡି.ଜି. ସତ୍ୟଜିତ ମହାନ୍ତି, ବରିଷ୍ଠ ଅଧିକାରୀ ବିନୟତୋଷ ମିଶ୍ର ଓ ଦ୍ୱେତନଗରୀ ପୁଲିସ୍‍ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ବହୁ ବରିଷ୍ଠ ପୁଲିସ୍‍ ଅଧିକାରୀ ଓ କର୍ମଚାରୀ ଟିକା ନେଇଛନ୍ତି। ସେହିପରି ଗଞ୍ଜାମ ଜ଼ିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଛତ୍ରପୁର ବ୍ଲକରେ ଟିକା ନେଇଥିବାବେଳେ ଗଞ୍ଜାମ ଏସପି ବ୍ରିଜେଶ କୁମାର ରାୟ ମଧ୍ୟ ଟିକା ନେଇଛନ୍ତି।

- Advertisement -

କଟକ ଜିଲ୍ଲାରେ ସମ୍ମୁଖ କରୋନା ଯୋଦ୍ଧାଙ୍କୁ ଟିକାଦାନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି। ଜବାହରଲାଲ ଇଣ୍ଡୋର ଷ୍ଟାଡିୟମରେ ପୁଲିସ୍‍ ମହାନିର୍ଦ୍ଦେଶକଙ୍କ ସମେତ ବରିଷ୍ଠ ଅଧିକାରୀମାନଙ୍କୁ ଟିକାଦାନ କରାଯାଉଛି। ଏଠାରେ ଆଜି ପ୍ରାୟ ୨୦୦ ଜଣଙ୍କୁ ଟିକାକରଣ ପାଇଁ ଲକ୍ଷ୍ୟ ରଖାଯାଇଛି। ସେହିପରି କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ରାଜସ୍ୱ ବିଭାଗ ଅଧିକାରୀଙ୍କୁ ଟିକା ପ୍ରଦାନ କରାଯାଉଛି। ଅନ୍ୟପକ୍ଷରେ ମହାନଗର ନିଗମ କଲ୍ୟାଣମଣ୍ଡପରେ ନିଗମ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଟିକା ଦିଆଯାଉଛି। ସି.ଏମ୍‍.ସି. କମିଶନର ଅନନ୍ୟା ଦାସ, ଡେପୁଟି କମିଶନର ଅବିନାଶ ରାଉତଙ୍କ ସମେତ ଅଧିକାରୀ ଓ କର୍ମଚାରୀମାନେ ଟିକା ନେଇଛନ୍ତି। ଏହି ଦୁଇଟି ସ୍ଥାନରେ ୧୦୦ ଲେଖାଁଏ ଟିକା ଦିଆଯିବାର ଲକ୍ଷ୍ୟ ରଖାଯାଇଛି। କଟକ ଜିଲ୍ଲା କୋଭିଡ଼୍‍ ନୋଡାଲ ଅଧିକାରୀ ଉମେଶ ରାୟ  କହିଛନ୍ତି ଆସନ୍ତା ୧୦ ଦିନ ମଧ୍ୟରେ ଆଗଧାଡ଼ିର କରୋନା ଯୋଦ୍ଧାଙ୍କ ଟିକାଦାନ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories