www.samajalive.in
Monday, December 8, 2025
24.1 C
Bhubaneswar

ଜଣେ କୋଭିଡ ଯୋଦ୍ଧାଙ୍କ ସମେତ ୧୮ ନୂଆ କରୋନା ସଂକ୍ରମିତ, ମୃତ୍ୟୁ ସଂଖ୍ୟା ୩୧

ଫୁଲବାଣୀ : ଆଜି କନ୍ଧମାଳରେ ଜଣେ କରୋନା ଯୋଦ୍ଧାଙ୍କ ସମେତ ୧୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।  ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୬୮୬ ରେ ପହଞ୍ଚିଥିବା ବେଳେ ୫,୫୩୧ ଜଣ  ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ଜିଲ୍ଲାର ଫୁଲବାଣୀ ବ୍ଳକ ଅଂଚଳର ବିଶିପଡାର ଜଣେ ୬୦ ବର୍ଷୀୟା ମହିଳାଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ଜିଲ୍ଲାରେ କରୋନା  ଜନିତ ମୃତ୍ୟୁ ସଂଖ୍ୟା ୩୧ରେ  ପହଂଚିଛି।  ଆଉ ୧୨୪ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଛନ୍ତି। ଆଜିର ଚିହ୍ନଟ ମାନଙ୍କ ମଧ୍ୟରୁ ଫୁଲବାଣୀ ପୌରାଂଚଳର ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲିଗୁଡା ବିଜ୍ଞାପିତ ଅଂଚଳରେ ଏବଂ ଗ୍ରାମାଂଚଳରେ ମଧ୍ୟ ଜଣେ ଲେଖାଏଁ, ଘୁ.ଉଦୟଗିରି ଅଂଚଳ ଜଣେ,ଚକାପାଦର ୩ ଜଣ,ଦାରିଙ୍ଗବାଡିର ୩ ଜଣ,କ.ନୁଆଗାଁର ଜଣେ,ଫିରିଙ୍ଗିଆର ଜଣେ ଏବଂ ରାଇକିଆ ଅଂଚଳର ଜଣେ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories