www.samajalive.in
Thursday, December 11, 2025
16.1 C
Bhubaneswar

ଓଡ଼ିଶାରେ ପହଞ୍ଚିଲା କରୋନା ଟୀକା ‘କୋଭିସିଲ୍ଡ’, ୧୬ରୁ ଆରମ୍ଭ ହେବ ଟୀକାକରଣ

ଭୁବନେଶ୍ୱର: କରୋନା ମହାମାରୀ ସମୟରେରେ ଆସିଛି ସବୁଠାରୁ ବଡ଼ ଖୁସି ଖବର। ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ପହଞ୍ଚିଛି କରୋନା ଟିକା ‘କୋଭିସିଲ୍‌ଡ’। ଅପରାହ୍ନରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ଟୀକା ପହଞ୍ଚିଛି। ପୁଣେ ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ରୁ ଭୁବନେଶ୍ୱରକୁ ସ୍ୱତନ୍ତ୍ର ସ୍ପାଇସ୍ ଜେଟ ବିମାନରେ ଟୀକା ଅଣାଯାଇଛି। ଆଜି ଓଡ଼ିଶାରେ ୪ଲକ୍ଷ ୮୦ହଜାର କରୋନା ଟୀକା ପହଞ୍ଚିଛି।


ପୂର୍ବରୁ ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ସୁରକ୍ଷା ବ୍ୟବସ୍ଥା ଭିତରେ ଟୀକା ଗୁଡ଼ିକୁ ଏୟାରପୋର୍ଟରୁ ରାଜ୍ୟ ଭ୍ୟାକ୍ସିନ ସେଣ୍ଟରକୁ ନିଆଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସମଗ୍ର ରାଜ୍ୟରେ ଟୀକା ବିତରଣ କରାଯିବ। ଆଜି ରାତିରୁ ହିଁ ଟୀକାକରଣ କେନ୍ଦ୍ରଗୁଡ଼ିକୁ ‘କୋଭିସିଲ୍ଡ’ କରୋନା ଟୀକା ପଠାଯିବ। ଏହାପରେ ଅର୍ଥାତ ଆସନ୍ତା ୧୬ ତାରିଖରୁ ଟିକାକରଣ ଆରମ୍ଭ ହେବ।

- Advertisement -


ସୋମବାର ଦେଶରରେ କରୋନା ଟୀକାକରଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ। ଏହାପରେ ଦେଶରେ ଟୀକାକରଣ ପାଇଁ ଚୂଡାନ୍ତ ନିଷ୍ପତ୍ତି ନିଆଯାଇଥିଲା। ପ୍ରଥମ ପଯ୍ୟାୟରେ ଓଡ଼ିଶାକୁ ୪୦, ୮୦୦ ବୋଟଲରେ ୪ ଲକ୍ଷ ୮ ହଜାର ଡୋଜ ଆସିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ପ୍ରଥମ ଡୋଜ ନେବାର ୨୮ ଦିନ ପରେ ଦ୍ୱିତୀୟ ଡୋଜ ନେବାକୁ ପଡ଼ିବ ବୋଲି କୁହାଯାଇଥିଲା।

ପୁଣେସ୍ଥିତ ସେରମ୍‌ ଇନିଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆରୁ ପ୍ରଥମ ଦଫାରେ ଭାରତ ସରକାର ୧୧ ମିଲିୟନ ଡୋଜ୍‌ ଟିକା ଆଣିବେ। ସୋମବାର ସନ୍ଧ୍ୟାରେ ସରକାର ଟୀକା ନେବା ପାଇଁ ଅର୍ଡର ଦେଇଥିଲେ। ଏହାପରେ ତିନୋଟି ଟୀକା ଭର୍ତ୍ତି ଟ୍ରକ ପୁଣେସ୍ଥିତ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆରୁ ଆସି ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲା। ଏହି ସମସ୍ତ ଟୀକାକୁ ୮ଟି ବିମାନ ଜରିଆରେ ଦେଶର ୧୩ଟି ବିଭିନ୍ନ ସ୍ଥାନକୁ ପଠାଯାଇଥିଲା।


ଭାରତ ସରକାର ପକ୍ଷରୁ ଜାନୁୟାରୀ ୧୬ ତାରିଖରୁ ଦେଶରେ ଟୀକାକରଣ ଆରମ୍ଭ କରାଯିବ। ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀ ଓ ସମ୍ମୁଖ କରୋନା ଯୋଦ୍ଧାଙ୍କୁ ଟୀକା ଦିଆଯିବ। ଏହାପରେ ୫୦ ବର୍ଷରୁ ଅଧିକ ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି ମଧ୍ୟ ଶେଷ ହୋଇଛି। ଟୀକାକରଣ ବେଳେ ଯେମିତି କିଛି ଅସୁବିଧା ନ ହେବ, ସେଥିପାଇଁ ଦେଶର ସବୁ ରାଜ୍ୟରେ କରୋନା ଟୀକାର ଡ୍ରାଏରନ୍‌ ସଫଳତାର ସହ ସମ୍ପାଦନ କରାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories