www.samajalive.in
Monday, December 15, 2025
24.1 C
Bhubaneswar

ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଘସିରେ ଶବଦାହ

ସମାଜ ଡିଜିଟାଲ ଡେସ୍କ: ପୁରୀ ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବଦାହ। ଏନେଇ ଯୋଜନା ପ୍ରସ୍ତୁତ ଚାଲିଥିବା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ସେ କହିଛନ୍ତି ହିନ୍ଦୁ ଶାସ୍ତ୍ର ଅନୁସାରେ ଗୋବରକୁ ଶବ ଦାହରେ ବ୍ୟବହାର କରାଯିବ। ଏନେଇ ସ୍ୱର୍ଗଦ୍ୱାର କମିଟି ସହ ଆଲୋଚନା ଚାଲିଛି। ବିଭିନ୍ନ ସାମାଜିକ ଅନୁଷ୍ଠାନ, ଗୋଶାଳା କରିଥିବା ବ୍ୟକ୍ତିଙ୍କ ସହ ଆଲୋଚନା ମଧ୍ୟ କରାଯିବ। ପରେ ଏନେଇ ଖୁବଶୀଘ୍ର ପଦକ୍ଷେପ ସରକାର ନେବେ ବୋଲି ସେ କହିଛନ୍ତି। ଗୋମାତା ସୁରକ୍ଷା, ଗୋଶାଳା ବୃଦ୍ଧିକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇ ଗୋ ସୁରକ୍ଷା ଓ ଗୋ ମୁତ୍ର ଏବଂ ଗୋବରକୁ ସଦୁପଯୋଗ କ୍ଷେତ୍ରରେ ବିଚାରବିମର୍ଶ କରାଯିବ। ୫ଜଣ ମନ୍ତ୍ରୀ ଓ ୫ଜଣ ସଚିବ ଏଥିରେ ରହିବେ ବୋଲି ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି।

 

Hot this week

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

Related Articles

Popular Categories