www.samajalive.in
Thursday, December 11, 2025
14.1 C
Bhubaneswar

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ଫୁଲବାଣୀ: ନାବାଳିକା ଦୁଷ୍କର୍ମ ମାମଲାରେ ଫୁଲବାଣୀ ଫାଷ୍ଟ ଟ୍ରାକ୍ ପୋକ୍‌ସୋ କୋର୍ଟର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଅଭିଯୁକ୍ତ ହର୍ମି ମଲକ(୨୭)କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏହା ସହିତ ୧୬ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି। ଜରିମାନା ଆନାଦାୟ ଅଧିକ ୧ ବର୍ଷ ୯ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ପୀଡ଼ିତାଙ୍କୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ଲାଗି କୋର୍ଟ ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି। ମାମଲାର ଶୁଣାଣି ସମୟରେ ୧୭ ଜଣଙ୍କ ସାକ୍ଷ୍ୟ ଏବଂ ଡାକ୍ତରୀ ରିପୋର୍ଟକୁ ଆଧାର କରି ବିଚାରପତି ଏହି ରାୟ ଶୁଣାଇଛନ୍ତି।

ସୂଚନା ଅନୁସାରେ, ୨୦୨୪ ସେପ୍ଟେମ୍ବର ୧ ତାରିଖରେ ୧୪ ବର୍ଷୀୟା ପୀଡ଼ିତା ପୋଷାକ କିଣିବା ପାଇଁ ଦାରିଙ୍ଗିବାଡ଼ି ବଜାରକୁ ଯାଉଥିଲେ। ଏହି ସମୟରେ ଅଭିଯୁକ୍ତ ହର୍ମି ଅଟୋ ରିକ୍ସା ନେଇ ପୀଡ଼ିତାଙ୍କୁ ବଜାରରେ ଛାଡି ଦେବି କହି ଜୋର୍ ଜବରଦସ୍ତି ଅଟୋରେ ବସାଇ ପାଙ୍ଗାଲି ଜଙ୍ଗଲ ଆଡ଼କୁ ନେଇଯାଇଥିଲା। ସେଠାରେ ଅଭିଯୁକ୍ତ ଜଣକ ପୀଡ଼ିତାଙ୍କୁ ଦୁଷ୍କର୍ମ କରିବା ସହିତ ଘଟଣା ବିଷୟରେ କାହାକୁ କହିଲେ ହତ୍ୟା କରିବାକୁ ଧମକ ଦେଇଥିଲା। ପରେ ପୀଡ଼ିତାଙ୍କୁ ଗାଁ ପାଖରେ ଛାଡ଼ି ଦେଇ ଅଭିଯୁକ୍ତ ପଳାଇଥିଲା। ଘରେ ପହଞ୍ଚି ପୀଡ଼ିତା ସବୁ କଥା ଘରେ ଜଣାଇବା ପରେ ଏ ନେଇ ଦାରିଙ୍ଗବାଡ଼ି ଥାନାରେ ପରିବାର ପକ୍ଷରୁ ଏତଲା ଦିଆଯାଇଥିଲା। ଏହା ପରେ ପୁଲିସ ଏକ ମାମଲା ରୁଜୁ କରିଥିଲା। ଏସ୍ଆଇ ଲକ୍ଷ୍ମୀ ମାଝୀଙ୍କ ନେତୃତ୍ଵରେ ଏକ ଟିମ୍‌ ଘଟଣାର ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସରକାରଙ୍କ ତରଫରୁ ଫାଷ୍ଟ୍ ଟ୍ରାକ୍ ପୋସ୍କୋ କୋର୍ଟର ସ୍ଵତନ୍ତ୍ର ସରକାରୀ ଓକିଲ ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories