www.samajalive.in
Monday, December 15, 2025
17.1 C
Bhubaneswar

ବାଣ ବାନ୍ଧିବାବେଳେ ବିସ୍ଫୋରଣ: ଜଣେ ମୃତ, ୨ ଗୁରୁତର 

କାମାକ୍ଷାନଗର : କାମାକ୍ଷାନଗର ଉପଖଣ୍ଡ କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ ମରୁଆବିଲ ପଞ୍ଚାୟତର ଝାଟକିପସି ଗ୍ରାମରେ ବାଣ ବାନ୍ଧୁଥିବାବେଳେ ବାଣ ଫୁଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇ ପଡିଥିଲେ । ମୃତକ ଜଣକ ହେଲେ ଗ୍ରାମର ଦେବେନ୍ଦ୍ର ତ୍ୟୁ (୩୫ ) । ଦେବେନ୍ଦ୍ର ସୋମବାର ଅପରାହ୍ନରେ ସନ୍ନିକଟ ଜଙ୍ଗଲ ମଧ୍ୟରେ ବାଣ ଭିଡୁଥିଲେ ।ବାଣ ଭିଡୁଥିବା ସମୟରେ ବିସ୍ପୋରଣ ଘଟିଥିଲା । ଫଳରେ ଦେବେନ୍ଦ୍ର ଗୁରୁତର ଭାବେ ଆହତ ହୋଇ ପଡ଼ିଥିବାବେଳେ ଭଞ୍ଜ ନାଏକ, ବୁଲୁ ନାଏକ ଗୁରୁତର ଭାବେ ଆହତ ହୋଇ ପଡ଼ିଥିଲେ । ସେମାନଙ୍କୁ ତୁରନ୍ତ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଦେବେନ୍ଦ୍ରଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ଗୁରୁତର ଦ୍ବୟଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥନାନ୍ତର କରାଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories