www.samajalive.in
Saturday, December 13, 2025
26.1 C
Bhubaneswar

ବାଣ ଗୋଦାମରେ ବିସ୍ଫୋରଣ: ଦୁଇ ମୃତ, ୮ ଆହତ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା ଗାଁରେ ଥିବା ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଗୋଦାମ ଘର ଛାତ ମଧ୍ୟ ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି।

ଅନ୍ୟପଟେ ଏଭଳି ବଡ଼ଧରଣର ବିସ୍ଫୋରଣ ଯୋଗୁଁ ଏକ କିଲୋମିଟର ଦୂରରେ ଥିବା ପୁରୁଣାକଟକ ମାର୍କେଟରେ ଅନେକ ଗାଡି ସୋରୁମ ସହିତ ଦୋକାନ ଘର କାଚ ଭାଙ୍ଗିଥିବା ଦେଖିବାକୁ ମିଳିଛି । ଖବର ପାଇ ହରଭଙ୍ଗା ଅଗ୍ନିଶମ ବାହିନୀ ଏବଂ ପୁରୁଣା କଟକ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛନ୍ତି। ଏଭଳି ଘଟଣା ପରେ ସମ୍ପୃକ୍ତ ଗାଁରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories