www.samajalive.in
Saturday, December 6, 2025
26.1 C
Bhubaneswar

ବାଣ ବିସ୍ଫୋରଣ: ଦୁଇ ମୃତ, ଦୁଇ ଗୁରୁତର

ଜଗତସିଂହପୁର : ପୁଣି ବାଣ ନେଲା ଜୀବନ। ଶୁକ୍ରବାର ବିଳମ୍ବିତ ରାତିରେ ଜଗତସିଂହପୁର ସ୍ଥାନୀୟ ଗାନ୍ଧୀ ଛକ ପାଖ ବଡବାଗ ମିଲ ଛକ ନିକଟରେ ବାଣ ବାଣ ବିସ୍ଫୋରଣ ଘଟିଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗତକାଲି ମିଲ ଛକ ନିକଟରେ ରହୁଥିବା ବାଣ ବ୍ୟବସାୟୀ ସୁଶୀଲ ଦାସଙ୍କ ଘରେ ହଠାତ୍ ଏହି ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ଶଦ୍ଦ ଶୁଣି ଆଖପାଖ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇଆସିଥିଲେ। ସ୍ଥାନୀୟ ଲୋକେ ଭୁଶୁଡି ପଡିଥିବା ଛାତ ତଳୁ ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ।  ଘଟଣାସ୍ଥଳରେ ରାଜେନ୍ଦ୍ର ଏବଂ ତାଙ୍କ ସ୍ତ୍ରୀ ରାନୀ ଦାସଙ୍କର ମୃତ୍ୟୁ ଘଟିଥିଲା। ମୃତ ରାଜେଶଙ୍କ ଭାଇ ପରେଶ ଦାସ ଓ ତାଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ଦାସଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ଜଗସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ ଡାକ୍କତରଖାନାକୁ ସ୍ଥାନାନ୍ତର କରାଯାଇଛି। ବିବାହ ଋତୁ ଚାଲିଥିବାରୁ ସେ ବାଣ  ପ୍ରସ୍ତୁତ କରୁଥିବାବେଳେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories