www.samajalive.in
Monday, December 15, 2025
16.1 C
Bhubaneswar

ମଧ୍ୟପ୍ରଦେଶ ବାଣ କାରଖାନା ବିସ୍ଫୋରଣ ଘଟଣାରେ ୩ ଗିରଫ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ସ୍ଥିତ ହରଦା ବାଣ କାରଖାନାରେ ବିସ୍ଫୋରଣ ଘଟଣାରେ  ମୁଖ୍ୟ ଅଭିଯୁକ୍ତ ଫ୍ୟାକ୍ଟ୍ରି ମାଲିକ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ୩ ଅଭିଯୁକ୍ତ ରାଜେଶ ଅଗ୍ରୱାଲ , ସୋମେଶ ଅଗ୍ରୱାଲ ଓ ରଫିକ ଖାନ୍ ବୋଲି ଜଣାପଡିଛି। ଅଭିଯୁକ୍ତ ରାଜେଶ ଅଗ୍ରୱାଲ କାରରେ ଦିଲ୍ଲୀ ଫେରାର ହେବାକୁ ଯୋଜନାରେ ଥିବାବେଳେ ପୁଲିସ ରାଜଗଢ ଜିଲ୍ଲାର ସାରଙ୍ଗପୁରରୁ ଗିରଫ କରିଛି।  ତେବେ​‌ ପୁଲିସ ଏମାନଙ୍କ ବିରୋଧରେ ୩୦୪, ୩୦୮ ଓ ୩୪ ଆଇପିସି ଦଫା ଲଗାଇବା ସହ ଜେରା କରୁଛି। ଏଥିରେ ୧୧ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେପଟେ ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ଘୋଷଣା​‌ କରିଛନ୍ତି।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories