www.samajalive.in
Monday, December 8, 2025
24.1 C
Bhubaneswar

ମଲେଇ ଛତୁ ଭଜା

ଆବଶ୍ୟକ ସାମଗ୍ରୀ
ଛତୁ – ୪୦୦ ଗ୍ରାମ
କଟା ଟମାଟୋ – ୩ଟି
କଟା ଧନିଆପତ୍ର – ଅଳ୍ପ
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଚିଲି ସସ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ବଟର – ଆବଶ୍ୟକ ପରିମାଣରେ
ଗୋଲମରିଚ ଗୁଣ୍ଡ – ଅଳ୍ପ
କ୍ରିମ – ୧ ଚାମଚ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଛତୁକୁ ଭଲ ଭାବେ ଧୋଇ ଦିଅନ୍ତୁ। ଏବେ ଏକ ପାତ୍ରରେ ଧୁଆ ହୋଇଥିବା ଛତୁ, ଲୁଣ, ହଳଦୀ ଗୁଣ୍ଡ, ଗୋଲମରିଚ ଗୁଣ୍ଡ, ତେଲ, ଚିଲି ସସ , ଟମାଟୋ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ବଟର ପକାନ୍ତୁ। ବଟର ପକାଇବା ପରେ ଗୋଳାଇ ରଖିଥିବା ଛତୁକୁ ପକାଇ ଭଲ ଭାବେ ଭାଜନ୍ତୁ। କିଛି ସମୟ ଭାଜିବା ପରେ ସାମାନ୍ୟ ଲୁଣ, ଲଙ୍କା ଗୁଣ୍ଡ, ପାଣି ଦେଇ ୨ ମିନିଟ ଫୁଟାନ୍ତୁ। ୨ ମିନିଟ ପରେ ୧ ଚାମଚ କ୍ରିମ ପକାଇ ଏହାକୁ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ମଲେଇ ଛତୁ ଭଜା ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories