www.samajalive.in
Sunday, December 7, 2025
26.1 C
Bhubaneswar

କେନ୍ଦ୍ରାପଡା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ବିଜେଡି

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଛାତ୍ରୀ ଜଳିଯିବା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛି ବିରୋଧୀ ବିଜୁ ଜନତା ଦଳ । ଦଳର ବରିଷ୍ଠ ନେତା ତଥା ଆଳି ବିଧାୟକ ପ୍ରତାପ ଦେବ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ ପୁଲିସ ଆରମ୍ଭରୁ ପଦକ୍ଷେପ ନେଇଥାନ୍ତା ତେବେ ଆଜି ସେ ଛାତ୍ରୀ ଜଣକ ଜୀବିତ ରହିଥାନ୍ତେ । ପୁଲିସ ପାଖକୁ ଏଲତଲା ଦେବାକୁ ଯାଇଥିବା ବେଳେ ଏତଲା ରଖିଲା ନାହିଁ । ମାମଲାକୁ ଖାମଖିଆଲି ଭାବେ ନେଇ ଅଶ୍ଳୀଳ ଭିଡ଼ିଓ ଡିଲିଟ କରିବାକୁ ଓ ମୋବାଇଲ୍‍ ଅଫ୍‍ କରିବାକୁ କହି ଚୁପ୍‍ ବସିଥିଲେ । ପ୍ରଥମରୁ ଆକ୍ସନ ନେଇଥାନ୍ତେ ତେବେ ଏତେ ବଠ ଅଘଟଣ ଘଟିନଥାନ୍ତା । ଘଟଣା ପାଇଁ ପୁଲିସ ପ୍ରଶାସନକୁ ଦାୟୀ କରିଛି ବିଜେଡି । ଏହାସହିତ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡି ପାଇଁ ରାଜ୍ୟ ସରକାର ଦାୟୀ । ବର୍ତ୍ତମାନ ଚାରିଆଡେ ନାରୀ ହିଂସା, ଦୁଷ୍କର୍ମ ମାମଲା ବଢିଛି । ଏଥିରୁ ଜଣାପଡୁଛି ଯେ ରାଜ୍ୟରେ ଆଇନଶୃଙ୍ଖଳା ନାହିଁ । ପୁଲିସ ଅପାରଗ ପାଲଟିଛି । ଉପଯୁକ୍ତ ପଦକ୍ଷେପ ଗ୍ରହଣ କରି ଲୋକଙ୍କୁ ସୁରକ୍ଷା ଦେବାକୁ ବିଜେଡି ଦାବି କରିଛି ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories