www.samajalive.in
Monday, November 17, 2025
17.1 C
Bhubaneswar

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ଲିଙ୍କ୍‌: ‘ବଣିକ’ରେ କ୍ରାଇମବ୍ରାଞ୍ଚ ଚଢ଼ଉ

ସମାଜ ଡିଜିଟାଲ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାରେ ଲିଙ୍କ୍‌ ଥିବା ସନ୍ଦେହରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଗୁରୁବାର ଭୁବନେଶ୍ଵରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବଣିକରେ ଚଢ଼ାଉ କରାଯାଇଛି। କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଉକ୍ତ କୋଚିଂ ସେଣ୍ଟରରେ ପଶି ବିଭିନ୍ନ କାଗଜପତ୍ର ଯାଞ୍ଚ କରିଛନ୍ତି। ଆନ୍ଧ୍ରପ୍ରଦେଶର ବିଜୟନଗର ସ୍ଵତନ୍ତ୍ର କୋଚିଂ ପାଇଁ ଯାଉଥିବା ପରିକ୍ଷାର୍ଥୀମାନଙ୍କ ମଧ୍ୟରୁ କିଛି ଛାତ୍ରଛାତ୍ରୀ ଏହି କୋଚିଂ ସେଣ୍ଟର ବୋଲି ତଦନ୍ତରୁ ଜଣାପଡ଼ିବା ପରେ କ୍ରାଇମବ୍ରାଞ୍ଚ ସେଠାରେ ଚଢ଼ାଉ କରିଛି। ମାମଲାରେ ଅନୁଷ୍ଠାନର କିଛି ଲିଙ୍କ୍‌ ରହିଛି କି ନାହିଁ ତାହାର ଖୋଳତାଡ଼ କରାଯାଉଛି। ତେବେ ଅନୁଷ୍ଠାନ ପକ୍ଷରୁ କିଛି ଛାତ୍ରଙ୍କୁ ଆନ୍ଧ୍ରପ୍ରଦେଶ ପଠାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ଡିଏସପି ନରେନ୍ଦ୍ର ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଏହି ମାମଲାରେ ବର୍ତ୍ତମାନ ସୁଦ୍ଧା ୧୧୯ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ୫ ଜଣ ଦଲାଲ ରହିଛନ୍ତି। ମାମଲାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ତଥା ପରୀକ୍ଷା ପରିଚାଳନା ସଂସ୍ଥା ପଞ୍ଚସଫ୍ଟର ମୁଖ୍ୟ ଶଙ୍କର ପୃଷ୍ଟି ଫେରାର ରହିଥିବାବେଳେ ତାଙ୍କୁ ଧରିବାକୁ କ୍ରାଇମବ୍ରାଞ୍ଚ ତନାଘନା ଜାରି ରଖିଛି।

Hot this week

୩ କି.ମି ପାହାଡ଼ ଚଢ଼ି ଦୁଃଖ ବୁଝିଲେ ବିଡିଓ

ନନ୍ଦାହାଣ୍ଡି: ଦୁର୍ଗମ ଅଞ୍ଚଳବାସିନ୍ଦା ସରକାରୀ ସୁବିଧାସୁଯୋଗରୁ ଯେପରି ବଞ୍ଚିତ ନହୁଅନ୍ତି ତାହାକୁ...

ଅସରନ୍ତି ଦୁଃଖର ଅନ୍ଧାରି ଉପତ୍ୟକା ତେଣ୍ଡା

କପ୍ତିପଦା: ଆକାଶର ଆଉଟା କିରଣ ପଡ଼ିଲେ ତରତର ହୁଏ ତେଣ୍ଡା। ଅନ୍ଧାରର...

ଖସୁଛି ପାରଦ, ବଢ଼ୁଛି ଜାଡ଼

ଭୁବନେଶ୍ବର/ଘୁ. ଉଦୟଗିରି: ସାରା ରାଜ୍ୟରେ ସଞ୍ଜ ନଇଁବା ମାତ୍ରେ ମାଡ଼ି ଆସୁଛି...

ରୋହିଣୀଙ୍କୁ ଚପଲ ଫିଙ୍ଗିଲେ ତେଜସ୍ବୀ

ପାଟନା: ବିହାର ନିର୍ବାଚନରେ ଲାଲୁପ୍ରସାଦ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)ର...

ଆଗକୁ ରାଜ୍ୟସଭା ନିର୍ବାଚନ: ମୋହନଙ୍କ ପାଇଁ ଆହ୍ବାନ

ଭୁବନେଶ୍ବର: ଡବଲ ଇଞ୍ଜିନ ସରକାରଙ୍କ ୧୭ ମାସର ଶାସନ ପରେ ବିଜେପି...

Related Articles

Popular Categories