www.samajalive.in
Saturday, December 6, 2025
15.1 C
Bhubaneswar

ମହିଳାଙ୍କୁ ବୀଭତ୍ସ ହତ୍ୟା ; କାରଣ ଅସ୍ପଷ୍ଟ

ଭଦ୍ରକ : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ନୂଆପୋଖରୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଥିବା ମଙ୍ଗଳବାର ଜଣାପଡ଼ିଛି। ନୂଆପୋଖରୀ ଗାଁରେ ଜଣେ ମହିଳାଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ତାଙ୍କ ପରିଚୟ ଅସ୍ପଷ୍ଟ ରହିଛି। ବାଉଁଶବୁଦା ମୂଳରେ ବେକ କଟା ଅବସ୍ଥାରେ ମହିଳାଙ୍କ ମୃତଦେହ ଜବତ କରାଯାଇଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗତକାଲି ଠାରୁ ଉକ୍ତ ମହିଳାଙ୍କ ସ୍ୱାମୀ କେଉଁଆଡେ ଚାଲି ଯାଇଥିବା ନେଇ ସୂଚନା ମିଳିଛି। ମହିଳା ଜଣଙ୍କ ୮ ବର୍ଷ ତଳେ ବାପ ଘର ଗାଁରେ ବିବାହ କରିଥିଲେ ବୋଲି ପ୍ରାର୍ଥମିକ ତଦନ୍ତରୁ ଜଣାପଡ଼ିଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories