www.samajalive.in
Friday, December 12, 2025
23.1 C
Bhubaneswar

ନିଜ ଅପରାଧ ରେକର୍ଡ଼ ଭୋଟରଙ୍କୁ ଅବଗତ କରିବେ ତିର୍ତ୍ତୋଲ ଓ ବାଲେଶ୍ଵର ଉପନିର୍ବାଚନ ପ୍ରାର୍ଥୀ

ଓଡ଼ିଶାର ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ ପ୍ରାର୍ଥୀଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ଜରିଆରେ ସୂଚନା ଦେବେ । ଏ ସମ୍ପର୍କରେ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

PN-58_11092020

- Advertisement -

ମାର୍ଗଦର୍ଶିକା ଅନୁସାରେ ପାଇଁ ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ନାମାଙ୍କନପତ୍ର ପ୍ରତ୍ୟାହାରର ପ୍ରଥମ ଚାରିଦିନ ମଧ୍ୟରେ ପ୍ରଥମ ସୂଚନା ଦେବେ।   ନାମାଙ୍କନପତ୍ର ପ୍ରାତ୍ୟାହାରର ପଞ୍ଚମରୁ ଅଷ୍ଟମ ଦିନ ମଧ୍ୟରେ ଦ୍ବିତୀୟ ଏବଂ ନାମାଙ୍କନପତ୍ର ପ୍ରତ୍ୟାହାରର ନବମ ଦିନଠାରୁ ନିର୍ବାଚନ ପ୍ରଚାରର ଶେଷ ଦିନ ମଧ୍ୟରେ ଅର୍ଥାତ ଭୋଟ ଗ୍ରହଣର ଦୁଇଦିନ ପୂର୍ବରୁ ତୃତୀୟ ପର୍ଯ୍ୟାୟ ବିଜ୍ଞପ୍ତି ପ୍ରକାଶ କରାଇବେ । ଉଭୟ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମରେ ପ୍ରାର୍ଥୀମାନେ ସେମାନଙ୍କର ଅପରାଧ ସମ୍ପର୍କରେ ଲୋକଙ୍କୁ ଅବଗତ କରିବେ ।

Hot this week

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

Related Articles

Popular Categories