ସମାଜ ଡିଜିଟାଲ ଡେସ୍କ: ପୁଲିସ ଏସ୍ଆଇ ପରୀକ୍ଷା ଦୁର୍ନୀତି ନେଇ କ୍ରାଇମବ୍ରାଞ୍ଚ ଡିଜି ସାମ୍ବାଦିକ ସମ୍ମିଳନୀରେ ବଡ ଖୁଲାସା କରିଛନ୍ତି । ସେ କହିଛନ୍ତି ଏହି ଘଟଣାରେ ମୋଷ୍ଟ ୱାଣ୍ଟେଡ୍ ଦଲାଲ୍ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ଜଣଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ ସୁକାନ୍ତ ମହାରଣା, ସୌମ୍ୟ ପ୍ରିୟଦର୍ଶିନୀ ଓ ଅଭିମନ୍ୟୁ ଦୋରା । ଏହି ତିନି ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ସୌମ୍ୟ ପ୍ରିୟଦର୍ଶିନୀ ପରୀକ୍ଷାର୍ଥୀ ଯୋଗାଡ କରୁଥିଲେ । ପୂର୍ବରୁ ୧୧୭ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଏବେ ଏହି ୪ଜଣଙ୍କୁ ମିଶାଇ ମୋଟ ୧୨୧ଜଣ ଗିରଫ ହୋଇଥିବା କ୍ରାଇମବ୍ରାଞ୍ଜ ଡିଜି ବିଜୟତୋଷ ମିଶ୍ର ସୂଚନା ଦେଇଛନ୍ତି ।
ଡିଜି କହିଛନ୍ତି ଯେ ଦିଲ୍ଲୀରେ ରହି ସବୁ ପରିଚାଳନା କରୁଥିଲା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି । ପ୍ରଥମେ ମୁନା ମହାନ୍ତିଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରାଯିବ । କାହା ପାଖଷର କିଛି ସୂଚନା ଥିଲେ ଜଣାଇବାକୁ ଅପିଲ୍ କରିଛନ୍ତି କ୍ରାଇମବ୍ରାଞ୍ଚ ଡିଜି । ଏହାସହିତ ଶଙ୍କର ପୃଷ୍ଟିକୁ ଶୀଘ୍ର ଗିରଫ କରାଯିବ ବୋଲି ସେ କହିଛନ୍ତି ।



