www.samajalive.in
Wednesday, December 10, 2025
18.1 C
Bhubaneswar

ଅଶୋଧିତ ତୈଳଦର ବୃଦ୍ଧି

ନୂଆଦିଲ୍ଲୀ :  ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ବୃଦ୍ଧି ପାଇବାରେ ଲାଗିଛି । ଅଶୋଧିତ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲ ପିଛା ୯୧ ଡଲାର ରହିଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ ମୂଲ୍ୟ ବ୍ୟାରେଲ ପିଛା ୮୮ ଡଲାର ରହିଛି । ଅନ୍ୟପଟେ ଦେଶରେ ତୈଳ ଓ ଗ୍ୟାସ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାନ୍ତି ।
ଇଣ୍ଡିଆନ୍ ଅଏଲ ୱେବସାଇଟ୍ ମୁତାବକ ରାଜଧାନୀ ଦିଲ୍ଲୀରେ ଶନିବାର ପେଟ୍ରୋଲ ମୂଲ୍ୟ ଲିଟର ପିଛା ୯୬.୭୨ ଟଙ୍କା ରହିଥିବା ବେଳେ ଡିଜେଲ ଲିଟର ପିଛା ୮୯.୬୨ ଟଙ୍କା ରହିଛି । ମୁମ୍ବଇରେ ପେଟ୍ରୋଲ ଲିଟର ପିଛା ୧୦୬.୩୧ ଟଙ୍କା ରହିଥିବା ବେଳେ ଡିଜେଲ ଲିଟର ପିଛା ୯୪.୨୭ ଟଙ୍କା ରହିଛି । କଲକାତାରେ ପେଟ୍ରୋଲ ଲିଟର ପିଛା ୧୦୬.୦୩ ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ଥିବା ବେଳେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories