www.samajalive.in
Sunday, December 7, 2025
26.1 C
Bhubaneswar

ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ୨୦୧୮ ମନୋନୀତ ପ୍ରାର୍ଥୀଙ୍କୁ ଦିଆଯିବ ଅନ୍‌ଲାଇନ୍‌ ଟ୍ରେନିଂ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ରାଜ୍ୟରେ ଅନ୍‌ଲାଇନ୍‌ ପ୍ରଶିକ୍ଷଣ ପ୍ରଦାନ ପରିପ୍ରେକ୍ଷୀରେ ବିଭିନ୍ନ ଅନୁଷ୍ଠାନମାନଙ୍କର ପ୍ରସ୍ତୁତି ଓ ଆନୁଷଙ୍ଗିକ ଭିତ୍ତିଭୂମି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତାପୂର୍ବକ ସମୀକ୍ଷା କରିଛନ୍ତି । କୋଭିଡ୍‌-୧୯ ମହାମାରୀ ମୁକାବିଲା ପରିପ୍ରେକ୍ଷୀରେ ଜନସାଧାରଣଙ୍କ ଯାତାୟତରେ କଟକଣା ଏବଂ ସାମାଜିକ ଦୂରତା ରକ୍ଷା ନିୟମକୁ ଦୃଷ୍ଟିରେ ରଖି, ସରକାର ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ୨୦୧୮ରେ ମନୋନୀତ ହୋଇଥିବା ପ୍ରାର୍ଥୀମାନଙ୍କ ନିମନ୍ତେ ମାଇକ୍ରୋସଫ୍ଟ ଟିମ୍‌ ସହାୟତାରେ ଓସ୍ୱାସ୍‌ ଜରିଆରେ ତାଲିମ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସାଧାରଣ ପ୍ରଶାସନ ଓ ଅଭିଯୋଗ ଏବଂ ଗୃହ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଅଶୋକ ମୀନା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ପ୍ରମୁଖ ଶାସନ ସଚିବ ତଥା ଗୋପବନ୍ଧୁ ପ୍ରଶାସନିକ ପ୍ରତିଷ୍ଠାନର ନିର୍ଦ୍ଦେଶିକା ରଞ୍ଜନା ଚୋପ୍ରା, ସୂଚନା ଓ ପ୍ରଯୁକ୍ତି ବିଭାଗ ଶାସନ ସଚିବ ମନୋଜ ମିଶ୍ର, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଶାସନ ସଚିବ ତଥା ‘ଇଡ୍‌କୋ’ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ସିଂ, ସମବାୟ ବିଭାଗ ଶାସନ ସଚିବ ବୀର ବିକ୍ରମ ଯାଦବ ଏବଂ ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଏହି ବୈଠକରେ ଅଂଶଗ୍ରହଣ କରିଥିଲେ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories