www.samajalive.in
Sunday, December 14, 2025
19.1 C
Bhubaneswar

ବିଜୟରୁ ଅଭିଯାନ ଆରମ୍ଭ କଲା ଚେନ୍ନାଇ ସୁପର କିଙ୍ଗସ୍‍

ନୂଆଦିଲ୍ଲୀ: ଶୁକ୍ରବାର ଉଦଘାଟନୀ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସର ଦମଦାର ବିଜୟ ହୋଇଛି । ଘରୋଇ ଗ୍ରାଉଣ୍ଡରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି ଚେନ୍ନାଇ । ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୬ ୱିକେଟରେ ହରାଇ ପ୍ରଥମ ବିଜୟ ହାସଲ କରିଛି ଟିମ୍‍ । ମୁସ୍ତାଫିଜୁର ରେହମାନ ପ୍ଲେୟାର ଅଫ୍‍ ଦି ମ୍ୟାଚ ବିବେଚିତ ହୋଇଛନ୍ତି । ପ୍ରଥମେ ଟସ୍‍ ଜିତି ବ୍ୟାଟିଂ କରିବାକୁ ନିଷ୍ପତି ନେଇଥିଲା ଆରସିବି । ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୬ ୱିକେଟ ହରାଇ ଆରସିବି ୧୭୩ ରନ କରିଥିଲା । ଏହାପରେ ୧୭୪ରନ ପିଛା କରି ଚେନ୍ନାଇ ୧୮.୪ ଓଭରରେ ୪ୱିକେଟ ବିନିମୟରେ ମ୍ୟାଚ ଜିତିଥିଲା । ଦଳ ପକ୍ଷରୁ ଋତୁରାଜ ଗାଏକ୍ୱାଡ ଏବଂ ରଚିନ ରବିନ୍ଦ୍ର ପାଳି ଆରମ୍ଭ କରିଥିଲେ । ଉଭୟଙ୍କ ଭାଗିଦାରୀରେ ଦଳ ୩୮ ରନ କରିଥିଲା । ୪ଟି ୱିକେଟ ହରାଇ ଶିବମ ଦୁବେ ଏବଂ ରବୀନ୍ଦ୍ର ଜାଡେଜା ସତର୍କତାର ସହ ଖେଳି ବିଜୟ ଲକ୍ଷ୍ୟକୁ ପୂରା କରି ନେଇଥିଲେ ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories