www.samajalive.in
Sunday, December 14, 2025
26.1 C
Bhubaneswar

ସହ ମଣ୍ଡଳ ଶିକ୍ଷା ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

କଟକ : କଟକ ସଦର ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସହ ମଣ୍ଡଳ ଶିକ୍ଷା ଅଧିକାରୀ କନକଳତା ମହାପାତ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ୧୯୮୫ ମସିହାରୁ ସେ ନିଜର ଶିକ୍ଷକତା ଜୀବନ ଆରମ୍ଭ କରି ୩୭ ବର୍ଷର କାର୍ଯ୍ୟକାଳ ମଧ୍ୟରେ ସହ ମଣ୍ଡଳ ଶିକ୍ଷା ଅଧିକାରୀ ଭାବେ ଅବସର ଗ୍ରହଣ କରିଛନ୍ତି।

ଆୟୋଜିତ କାର୍ଯ୍ୟକ୍ରମରେ କଟକ ଜିଲ୍ଲା ଶିକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡକ୍ଟର ସନ୍ତୋଷ କୁମାର ରାଉତ, କଟକ ସଦରର ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀମତୀ ସରସ୍ଵତୀ କାନୁନଗୋ, ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ବିଜୟପ୍ରଭା ଦାଶ, କଟକ ସଦର ବିଆରସିସି ଅନନ୍ତ ଚରଣ ଦେହୁରୀ, କଟକ ସଦର ୟୁଆରସିସି ସରୋଜିନୀ ମିଶ୍ର ପ୍ରମୁଖ ଯୋଗଦେଇ ତାଙ୍କର ସୁଖ ନିରାମୟ ଜୀବନ କାମନା କରିଥିଲେ। ଏଥିରେ ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଏବଂ କଟକ ସଦର ମଣ୍ଡଳ ଓ ମହାନଗର ନିଗମର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକମାନେ ଯୋଗଦେଇଥିଲେ।

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories