www.samajalive.in
Monday, December 8, 2025
27.1 C
Bhubaneswar

ଶିବରାତ୍ରୀ ପାଇଁ ବାବା ଧବଳେଶ୍ଵରଙ୍କ ପୀଠରେ ପ୍ରବଳ ଭକ୍ତଙ୍କ ଭିଡ

ଗୁରୁଡିଝାଟିଆ: ଆଜି ପବିତ୍ର ମହା ଶିବରାତ୍ରି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଆଠଗଡର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠ। ପୂଜକ ସମିତି ପକ୍ଷରୁ ରାତି ୪ଟାରେ ଦ୍ଵାର ଫିଟାଯାଇଛି। ପରେ ବାବାଙ୍କୁ ମହାସ୍ନାନ କରାଯିବା ସହ କେତକୀ ଫୁଲରେ ସୁସଜ୍ଜିତ କରାଯାଇଛି। ଜାଗରରେ ବାବାଙ୍କୁ ଦର୍ଶନ କରିବା ଲାଗି ସକାଳୁ ସକାଳୁ ଲକ୍ଷାଧିକ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ପବିତ୍ର ଜାଗରରେ ବାବା ଧବଳେଶ୍ଵରଙ୍କ ପାଖରେ ପ୍ରସିଦ୍ଧ ମାଣ୍ଡୁଅ ଭୋଗ ଲାଗି ହେବ। ଶ୍ରଦ୍ଧାଳୁଙ୍କ ସୁରକ୍ଷିତ ଦର୍ଶନ ଲାଗି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାତି ସାଢେ ୧ଟାରେ ମହାଦୀପ ଉଠିବା ନେଇ ସୂଚନା ରହିଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories