www.samajalive.in
Monday, December 15, 2025
26.1 C
Bhubaneswar

ଟ୍ରକ ଧକ୍କାରେ ଯୁବକ ମୃତ

କଟକ: କଟକ-ଭୁବେନେଶ୍ୱର ଜାତୀୟ ରାଜପଥର ତେଲେଙ୍ଗାପେଣ୍ଠ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ ହେବା ସମୟରେ ଯୁବକଙ୍କ ଉପରେ ମାଡିଗଲା ଟ୍ରକ୍। ମୃତକ ବଡମ୍ବା ଥାନା ବିଦ୍ୟାଧରପୁର ଗାଁର ପ୍ରଭାତ ପ୍ରଧାନ ବୋଲି ଜଣାପଡିଛି। ପ୍ରଭାତ ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳର ଏକ ସଂସ୍ଥାରେ କାର୍ଯ୍ୟ କରୁଛନ୍ତି। ଗତକାଲି ରାତିରେ ପ୍ରଭାତ କୌଣସି ଏକ ଜରୁରୀ କାମରେ କଟକ ସଦର ଥାନାର ତେଲେଙ୍ଗାଫେଣ୍ଠ ଅଂଚଳକୁ ଆସିଥିଲେ l ରାତିପ୍ରାୟ ୧୨ଟା ସମୟରେ ପ୍ରଭାତ ରାସ୍ତା ପାରି ହେଉଥିବା ବେଳେ କଟକରୁ ଭୁବନେଶ୍ୱର ଆଡକୁ ଯାଉଥିବା ଏକ ଟ୍ରକ ତାଙ୍କୁ ଧକ୍କାଦେଇ ଚଡିଯାଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟ ଘଟିଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

 

- Advertisement -

 

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories