www.samajalive.in
Sunday, December 7, 2025
26.1 C
Bhubaneswar

ମହିଳାଙ୍କୁ ଗଳା କାଟି ହତ୍ୟା ! କାଠଯୋଡି ପଠାରୁ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

କଟକ: କଟକରେ ମହିଳାଙ୍କୁ ଗଳା କାଟି ହତ୍ୟା। ପରମସଂହ କାଠଯୋଡି ନଦୀ ପଠାରୁ ଜଣେ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କ ମୁହଁ ଏବଂ ବେକରେ ଗଭୀର କ୍ଷତ ରହିଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ତେବେ ମହିଳା ଜଣଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ସକାଳୁ କିଛି ସ୍ଥାନୀୟ ଲୋକ ନଦୀ ପଠାରେ ମୃତଦେହ ପଡିଥିବା ଦେଖି ପୁଲିସକୁ ଖବର ଦେଇଥିଲେ। କନ୍ଦରପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଅଧିକ ତଦନ୍ତ ଚଳାଇଛି। ଘଟଣା ସ୍ଥଳରୁ ଏକ ଚାପଡ଼ ମିଳିଛି।  ମହିଳା ଙ୍କ ହାତରେ ଓଁ ବାବା ବଳିଆ ଲେଖା ରହିଛି। ସେପଟେ ଘଟଣାକୁ ନେଇ କଟକ ଡିସିପି କହିଛନ୍ତି ଯଦି କେହି ମହିଳାଙ୍କୁ ଜାଣିଛନ୍ତି , ତେବେ ତୁରନ୍ତ ୮୨୮୦୩୩୮୩୦୩ ନମ୍ବରରେ ଫୋନ୍ କରି ପୁଲିସକୁ ସୂଚନା ଦିଅନ୍ତୁ।

 

- Advertisement -

 

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories