www.samajalive.in
Saturday, December 6, 2025
23.1 C
Bhubaneswar

ବରିଷ୍ଠ ରାଜନେତା,ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ

କଟକ : ଆରପାରିରେ ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋ। ଜଗତସିଂହପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ୍‌‌ ଓ ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋଙ୍କ ଆଜି ସକାଳେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ସେ କଟକ ପୌରପାଳିକାର ପ୍ରାକ୍ତନ ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ସେ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାସହ ରାଜ୍ୟ ଅର୍ଥ କମିସନର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।


ବିଶିଷ୍ଟ ଜନନେତା , ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ କରି କହିଛନ୍ତି,ଶ୍ରୀ କାନୁନଗୋଙ୍କ ପରଲୋକ ବିଷୟରେ ଜାଣି ମୁଁ ଦୁଃଖିତ।  ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ,ସ୍ଵର୍ଗତ କାନୁନଗୋଙ୍କୁ ଜଣେ ବିଶିଷ୍ଟ ପାର୍ଲିଆମେଣ୍ଟାରିଆନ,ଅର୍ଥନୀତିଜ୍ଞ ତଥା ସମାଜସେବୀ ଭାବରେ ବର୍ଣ୍ଣନା କରିଛନ୍ତି।  ସେ ଥିଲେ ସାଧାରଣ ଲୋକଙ୍କ ବନ୍ଧୁ ଓ ସାରା ଜୀବନ ସମାଜସେବା ପାଇଁ ନିଜକୁ ସମର୍ପଣ କରିଥିଲେ।
ସାଂସଦ ,ବିଧାୟକ ,ଦ୍ୱିତୀୟ ରାଜ୍ୟ ଅର୍ଥ କମିଶନର ଅଧ୍ୟକ୍ଷ ତଥା କଟକ ମୁନିସିପାଲଟିର ଚେୟାରମ୍ୟାନ ଭାବରେ ସେ ଅନେକ ଉଲ୍ଲେଖନୀୟ କାମ କରି ଯାଇଛନ୍ତି । ତାଙ୍କର ନିଃସ୍ବାର୍ଥପର ସେବା ପାଇଁ ସ୍ଵର୍ଗତ କାନୁନଗୋ ସବୁବେଳେ ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ଗତି କାମନା କରିଛନ୍ତି । ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସ୍ଵର୍ଗତଃ କାନୁନଗୋଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଜନସେବା କ୍ଷେତ୍ରରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଛନ୍ତି ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories