www.samajalive.in
Saturday, December 6, 2025
26.1 C
Bhubaneswar

ତାଳଦଣ୍ଡା କେନାଲକୁ ଖସିଲା କାର୍‌‌ ; ଜଣେ ମୃତ

କଟକ : କଟକ ସ୍ଥିତ ତାଳଦଣ୍ଡା କେନାଲ ଭିତରକୁ କାର୍‌‌ ପଶି ଯାଇ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ପାଣିରେ ବୁଡିଯିବାରୁ କାର ଭିତରେ ଥିବା ୨ ଜଣଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଜଣେ ପୁରୁଷ ବୋଲି ଜଣାପଡିଛି। ଅନ୍ୟ ମହିଳା ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଭୟ ସ୍ୱାମୀ ,ସ୍ତ୍ରୀ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ମାତୃଭବନ-ନୂଆବଜାର ରାସ୍ତାରେ ଯିବା ବେଳେ ଏହି କାର୍‌‌ଟି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କରିଥିବା ବେଳେ ଘଟଣାର ତଦନ୍ତ ଜାରି ରହିଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories