www.samajalive.in
Saturday, December 6, 2025
15.1 C
Bhubaneswar

ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍‌‌ ଶୁଭାଶିଷ ତାଳପତ୍ର

କଟକ : ଜଷ୍ଟିସ୍‌‌ ଶୁଭାଶିଷ ତାଳପତ୍ର ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ। ସୁପ୍ରିମକୋର୍ଟ କଲେଜିୟମ ଜଷ୍ଟିସ୍‌‌ ଶୁଭାଶିଷଙ୍କ ନାଁ ସୁପାରିସ୍‌‌ କରିଛନ୍ତି। ବର୍ତ୍ତମାନ ସେ ଓଡିଶା ହାଇକୋର୍ଟର ବରିଷ୍ଠ ବିଚାପତି ଅଛନ୍ତି। ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍‌‌.ମୁରଲୀଧର ଆସନ୍ତା ମାସରେ ଅବସର ନେବେ।
ସୂଚନା ଅନୁଯାୟୀ, ଜୁନ ୧୦ ତାରିଖରେ ଓଡିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌‌ ଶୁଭାଶିଷ ତାଳପତ୍ର ଶପଥ ନେଇଥିଲେ। ଏହାପୂର୍ବରୁ ସେ ତ୍ରିପୁରା ହାଇକୋର୍ଟର ବିଚାରପତି ଥିଲେ। ଜଷ୍ଟିସ୍‌‌ ଶୁଭାଶିଷଙ୍କ ଓଡିଶା ହାଇକୋର୍ଟକୁ ବଦଳି ପାଇଁ ୨୦୨୨ ମସିହାରେ ସୁପାରିସ କରାଯାଇଥିଲା।
ଜଷ୍ଟିସ୍‌‌ ଶୁଭାଶିଷ ତାଳପତ୍ରଙ୍କ ୧୯୬୧ ମସିହା ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁରରେ ଜନ୍ମ। କଲକାତା ବିଶ୍ୱବିଦ୍ୟାଳୟରୁ ସେ ଆଇନରେ ସ୍ନାତକ କରିଛନ୍ତି। ୨୦୧୧,ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ଏହାପରେ ୨୦୧୩ ସେପ୍ଟେମ୍ବର ୧୩ରେ ସେ ତ୍ରିପୁରା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ୨୦୧୮, ନଭେମ୍ବର ୨ରୁ୧୩ ତାରିଖ ଓ ୨୦୧୯,ନଭେମ୍ବର ୧୧ ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱରେ ରହିଥିଲେ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories